Masthead

ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ

ବରଗଡ଼ (ବଡ଼ ଖବର ବ୍ୟୁରୋ): ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା । ୨ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି ପୋଲିସ । ୨ ଜଣ ଯୁବକ ଗାଁରେ ପେଟ୍ରୋଲ ବିକ୍ରି କରୁଥିଲେ । ଗତକାଲି ଗାଁରେ ହେଲା ଛାତ୍ରୀଙ୍କ ଦାହ ସଂସ୍କାର । ପୁଲିସ ଜଣେ ତେଜରାତି ଦୋକାନୀ ଏବଂ ନାବାଳିକାଙ୍କର ଜଣେ ସଂପର୍କୀୟ ଅଜାଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି । ପେଟ୍ରୋଲ ବିକିଥିବା ଅଭିଯୋଗରେ ତେଜରାତି ଦୋକାନୀଙ୍କୁ ପଚରାଉଚରା କରାଯାଉଛି । ସେହିପରି ନିଆଁ ଲାଗିବା ପରେ ପାଖରେ ଥିବା ସମ୍ପର୍କୀୟ ଅଜାଙ୍କୁ ମଧ୍ୟ ପଚରାଉଚରା କରୁଛି ପୁଲିସ ।

ସେ ଆତ୍ମଦାହ କରିବାକୁ ଯାଇ ଜଳିଗଲେ ନା ତାଙ୍କୁ ଜାଳି ଦିଆଗଲା ତା’ର କାରଣ ଏଯାଏଁ ଅସ୍ପଷ୍ଟ ରହିଛି । ଉତ୍ତରାଞ୍ଚଳ ପୁଲିସ ଆଇଜି ହିମାଂଶୁ ଲାଲ ବୁର୍ଲା ବଡ଼ ଡାକ୍ତରଖାନାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ମାମଲାର ଛାନ୍‌ଭିନ୍ ପାଇଁ ୩ ଟି ଥାନାର ଆଇଆଇସିଙ୍କୁ ନେଇ ସ୍ୱତନ୍ତ୍ର ଟିମ୍‌ ଗଠନ କରିଛନ୍ତି । ଘଟଣାସ୍ଥଳରୁ ପୁଲିସ ପେଟ୍ରୋଲ ବୋତଲ, ଦିଆସିଲି, ଚପଲ ଜବତ କରିଛି । ପୀଡ଼ିତାଙ୍କ ଶେଷ ବୟାନର ଭିଡିଓ ମଧ୍ୟ ସଂଗ୍ରହ କରିଛି। ଏହାସହ ଏକ୍‌ଜକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ପରିବାରବର୍ଗଙ୍କ ବୟାନ ରେକର୍ଡ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ