Masthead

ଷଣ୍ଢ ମାତିଛି

ବରୀ, (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ବରୀ ଅଞ୍ଚଳରେ ମାତିଛି ବୁଲାଷଣ୍ଢ । ଗୋଡାଇ ଗୋଡାଇ କରୁଛି ଆକ୍ରମଣ । ପୂର୍ବରୁ ବହୁ ଲୋକ ଆହତ ହୋଇଥଲେ । ବୁଧବାର ପୁଣି ଜଣେ ଆହତ ହୋଇଛନ୍ତି । ବାରମ୍ବାର ଅଭିଯୋଗ ପରେ ବି ପ୍ରଶାସନର ଦିନ ଭାଙ୍ଗୁନି । ବିଗତ ଦିନରେ ବୁଲା ଷଣ୍ଢ ଆକ୍ରମଣରେ ବରୀ ଅଞ୍ଚଳରେ ବିଭିନ୍ନ ଲୋକ ଗୁରୁତର ହୋଇ ମୃତ୍ୟୁବରଣ କରିଥିବା ନଜିର ରହିଛି । ଆଜି ଅରଙ୍ଗାବାଦ ପଞ୍ଚାୟତ କଣ୍ଠପୋଇ ଗ୍ରାମର ସୂର୍ୟ୍ୟକାନ୍ତ ଦାସ ବୁଲାଷଣ୍ଢ ଆକ୍ରମଣରେ ଗୁରୁତର ହୋଇଥିଲେ । ପରେ ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି । ପ୍ରଶାସନ କୌଣସି ପଦକ୍ଷେପ ନେଉନଥିବାରୁ ଜଣକ ପରେ ଜଣେ ବ୍ୟକ୍ତି ଷଣ୍ଢ ଆକ୍ରମଣରେ ଗୁରୁତର ହେଉଛନ୍ତି । ପ୍ରଶାସନ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ