ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପିଅନ ଓ ଝାଡୁଦାରଙ୍କ ହାତରେ

ବାରିପଦା (ବଡ଼ ଖବର ବ୍ୟୁରୋ):  ସୀମାନ୍ତରେ ଶିକ୍ଷାର ବିକଳ ଚିତ୍ର । ପିଅନ ଓ ଝାଡୁଦାରରେ ଚାଲିଛି ଯୁକ୍ତ ଦୁଇ ମାଧ୍ୟମିକ ବିଦ୍ୟାଳୟ । ୨୫୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାରରେ। ଏଭଳି ଶିକ୍ଷାର ବିକଳ ଚିତ୍ର ଦେଖିବା ପାଇଁ ମିଳିଛି ଖୋଦ୍ ଗଣଶିକ୍ଷା ମନ୍ତ୍ରୀଙ୍କ ଜିଲ୍ଲାରେ ଅବସ୍ଥିତ ଶୁଳିଆପଦା ବ୍ଳକର ଚକ୍ ଶୁଳିଆପଦା ଉତ୍କଳ ବନାନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ । ୧୯୮୮ ମସିହାରେ କଳା ବିଭାଗରେ କଲେଜ ଖୋଲିଥିବା ବେଳେ ପରେ ଓଡ଼ିଶା ସରକାର ସମସ୍ତ ଯୁକ୍ତ ଦୁଇ ମହାବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କଲେ।

ବର୍ତ୍ତମାନ ଏହି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦ୍ୱିତୀୟ ବର୍ଷରେ ୧୨୮ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିବା ବେଳେ ଏବେ ଆହୁରି ୧୨୦ ଜଣ ଛାତ୍ରଛାତ୍ରୀଙ୍କ ଆଡମିସନ ହୋଇସାରିଲେଣି। ପଶ୍ଚିମବଙ୍ଗର ବହୁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନିର୍ଭର କରୁଛି ଏହି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ । ଚିନ୍ତାର ବିଷୟ ବର୍ତ୍ତମାନ ଏହି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟାପକ ନାହାନ୍ତି। ଅଧ୍ୟକ୍ଷ ଅବସର ନେଲେଣି । ଛାତ୍ରଛାତ୍ରୀ ଭବିଷ୍ୟତ ପିଅନ ଓ ଝାଡୁଦାରଙ୍କ ହାତରେ। କେବଳ ଗେଷ୍ଟ ଟିଚର କେବେ କେମିତି ଆସୁଛନ୍ତି ନିକଟସ୍ଥ ଡିଗ୍ରୀ ମହାବିଦ୍ୟାଳୟରୁ। ଏ ହେଉଛି ସରକାରଙ୍କ ସ୍ୱଚ୍ଛ ଶାସନ , ଏ ହେଉଛି ଶିକ୍ଷାର ମାନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’