Masthead

ବର୍ଷା-ଅନୁଭବ ବିବାଦ: ପୁଣି ଥାନାରେ ଦ୍ୱାରସ୍ଥ ହେଲେ ବର୍ଷା

କଟକ (ବଡ଼ ଖବର ବ୍ୟୁରୋ): ପୁରୀଘାଟ ଥାନାର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା । ଶାଶୂଘର ଲୋକ ହଇରାଣ କରୁଥିବା ଅଭିଯୋଗ କଲେ ବର୍ଷା । ବେଡ ରୁମରେ ଟିଭି ଏବଂ ଏସି କନେକସନ କାଟିଥିବା ଅଭିଯୋଗ କରିଛନ୍ତି । ଏନେଇ ଏକ ଲିଖିତ ଅଭିଯୋଗ କରିଛନ୍ତି ବର୍ଷା । ପୁଣି ବର୍ଷା- ଅନୁଭବଙ୍କ ବିବାଦ ସାମ୍ନାକୁ ଆସିଛି । ଉଭୟ ଉଭୟଙ୍କୁ ମିଡିଆ ସାମ୍ନାରେ ଦୋଷାରୋପ କରୁଥିଲେ ହେଁ ଦୁଇଜଣଙ୍କ ମାମଲା କୋର୍ଟ ଯାଏଁ ଯାଇଥିଲା ।

ପତ୍ନୀ ବର୍ଷାଙ୍କୁ ଛାଡପତ୍ର ଦେବାପାଇଁ ପ୍ରଥମେ ଦିଲ୍ଲୀର ପଟିଆଲା ହାଉସକୋର୍ଟରେ ଆବେଦନ କରିଥିଲେ ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତି । ଏହାପରେ ଭରଣ ପୋଷଣ ପାଇଁ କଟକ ଫ୍ୟାମିଲି କୋର୍ଟ ଯାଇଥିଲେ ବର୍ଷା । ପରେ ଦିଲ୍ଲୀ ପଟିଆଲା ହାଉସକୋର୍ଟରେ ହୋଇଥିବା ମାମଲାକୁ କଟକ ଫ୍ୟାମିଲିକୋର୍ଟ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟ ଯାଇଥିଲେ ବର୍ଷା । ଏହି ମାମଲାର ଶୁଣାଣି କରି କଟକକୁ ମାମଲା ସ୍ଥାନାନ୍ତର ହୋଇଥିଲା ।

ଦିଲ୍ଲୀର ପଟିଆଲା ହାଉସ କୋର୍ଟ ପରିବର୍ତ୍ତେ ମାମଲାର ଶୁଣାଣି କଟକର ଫ୍ୟାମିଲି କୋର୍ଟରେ ହେବ । ଆଉ ଏବେ ଘରେ ହଇରାଣ କରାଯାଉଥିବା ନେଇ ଥାନାରେ ପୁଣି ଅଭିଯୋଗ କରିଛନ୍ତି ବର୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି