Masthead

କଟକ ଫ୍ୟାମିଲି କୋର୍ଟରେ ବର୍ଷା

କଟକ (ବଡ଼ ଖବର ବ୍ୟୁରୋ): କୋର୍ଟରେ ହାଜର ହେଲେ ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ । ସ୍ୱାମୀ ଅନୁଭବ ମହାନ୍ତିଙ୍କ ସହ ପାରିବାରିକ ବିବାଦ ମାମଲାରେ କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା। ଦିଲ୍ଲୀ ପଟିଆଲା ହାଉସ କୋର୍ଟ ବଦଳରେ କଟକ ଫ୍ୟାମିଲି କୋର୍ଟରେ ହେବ ଶୁଣାଣି। ସୋମବାର ଉଭୟଙ୍କୁ ହାଜର ହେବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ପୂର୍ବରୁ ଉଭୟଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ଦିଲ୍ଲୀରେ ନୁହେଁ ବରଂ କଟକରେ ହେବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

ଉଭୟଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦ ନେଇ ପଟିଆଲା ହାଉସ୍ କୋର୍ଟରେ ଆବେଦନ କରିଥିଲେ ଅନୁଭବ। ମାତ୍ର ବାରମ୍ବାର ଦିଲ୍ଲୀ ଯିବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିଲେ ବର୍ଷା। ସେହି କାରଣରୁ ଏହି ମାମଲାକୁ କଟକ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା। ବାହାଘର ପରେ ତାଙ୍କ ସହ ଅତ୍ୟାଚାର ଓ ନିର୍ୟାତନା ହୋଇଥିବା ଅଭିଯୋଗ କରି କଟକ ଏସ୍‌ଡିଜେଏମ୍‌ କୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ ବର୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ