Masthead

କଟକ ଫ୍ୟାମିଲି କୋର୍ଟରେ ବର୍ଷା

କଟକ (ବଡ଼ ଖବର ବ୍ୟୁରୋ): କୋର୍ଟରେ ହାଜର ହେଲେ ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ । ସ୍ୱାମୀ ଅନୁଭବ ମହାନ୍ତିଙ୍କ ସହ ପାରିବାରିକ ବିବାଦ ମାମଲାରେ କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା। ଦିଲ୍ଲୀ ପଟିଆଲା ହାଉସ କୋର୍ଟ ବଦଳରେ କଟକ ଫ୍ୟାମିଲି କୋର୍ଟରେ ହେବ ଶୁଣାଣି। ସୋମବାର ଉଭୟଙ୍କୁ ହାଜର ହେବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ପୂର୍ବରୁ ଉଭୟଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ଦିଲ୍ଲୀରେ ନୁହେଁ ବରଂ କଟକରେ ହେବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

ଉଭୟଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦ ନେଇ ପଟିଆଲା ହାଉସ୍ କୋର୍ଟରେ ଆବେଦନ କରିଥିଲେ ଅନୁଭବ। ମାତ୍ର ବାରମ୍ବାର ଦିଲ୍ଲୀ ଯିବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିଲେ ବର୍ଷା। ସେହି କାରଣରୁ ଏହି ମାମଲାକୁ କଟକ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା। ବାହାଘର ପରେ ତାଙ୍କ ସହ ଅତ୍ୟାଚାର ଓ ନିର୍ୟାତନା ହୋଇଥିବା ଅଭିଯୋଗ କରି କଟକ ଏସ୍‌ଡିଜେଏମ୍‌ କୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ ବର୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା! 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା!