Masthead

ବଡ଼ଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ପକ୍ଷରୁ ବିଧାନସଭା ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିଜେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । ଏହି ଅବସରରେ ନବୀନ ମୋଟ ୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । ବଡ଼ଚଣାରେ ସର୍‌ପ୍ରାଇଜ୍‌ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ । ବଡ଼ଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରାଇଛନ୍ତି । କିଛିଦିନ ତଳେ ବିଜେଡିରେ ମିଶିଥିଲେ ବର୍ଷା ପ୍ରିୟଦର୍ଶିନୀ । ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧିବଦ୍ଧ ଭାବେ ବିଜେଡିରେ ମିଶିଥିଲେ ।

ଗତ କିଛି ଦିନ ତଳେ ହିଁ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ ଅନୁଭବ । ଆଉ ଏହାପରେ ରାଜନୀତିରେ ସିଧାସଳଖ ଏଣ୍ଟ୍ରି ମାରିଛନ୍ତି ତାଙ୍କ ପୂର୍ବତନ ପତ୍ନୀ ବର୍ଷା । ସେପଟେ ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରପଡ଼ାରୁ ଗଣେଶ୍ୱର ବେହେରାଙ୍କୁ ମିଳିଲା ଟିକେଟ । ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମଙ୍କୁ ପ୍ରାର୍ଥୀ କଲା ବିଜେଡି । ଚମ୍ପୁଆରୁ ସନାତନ ମହାକୁଡ଼ଙ୍କୁ ପ୍ରାର୍ଥୀ କରିଛି ବିଜେଡି । ସେହିପରି ରେମୁଣାରୁ ବିଦ୍ୟାସ୍ମିତା ମହାଳିକ ଓ ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ପ୍ରାର୍ଥୀ କରିଛି ବିଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ