Masthead

ବଡ଼ଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ପକ୍ଷରୁ ବିଧାନସଭା ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିଜେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । ଏହି ଅବସରରେ ନବୀନ ମୋଟ ୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । ବଡ଼ଚଣାରେ ସର୍‌ପ୍ରାଇଜ୍‌ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ । ବଡ଼ଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରାଇଛନ୍ତି । କିଛିଦିନ ତଳେ ବିଜେଡିରେ ମିଶିଥିଲେ ବର୍ଷା ପ୍ରିୟଦର୍ଶିନୀ । ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧିବଦ୍ଧ ଭାବେ ବିଜେଡିରେ ମିଶିଥିଲେ ।

ଗତ କିଛି ଦିନ ତଳେ ହିଁ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ ଅନୁଭବ । ଆଉ ଏହାପରେ ରାଜନୀତିରେ ସିଧାସଳଖ ଏଣ୍ଟ୍ରି ମାରିଛନ୍ତି ତାଙ୍କ ପୂର୍ବତନ ପତ୍ନୀ ବର୍ଷା । ସେପଟେ ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରପଡ଼ାରୁ ଗଣେଶ୍ୱର ବେହେରାଙ୍କୁ ମିଳିଲା ଟିକେଟ । ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମଙ୍କୁ ପ୍ରାର୍ଥୀ କଲା ବିଜେଡି । ଚମ୍ପୁଆରୁ ସନାତନ ମହାକୁଡ଼ଙ୍କୁ ପ୍ରାର୍ଥୀ କରିଛି ବିଜେଡି । ସେହିପରି ରେମୁଣାରୁ ବିଦ୍ୟାସ୍ମିତା ମହାଳିକ ଓ ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ପ୍ରାର୍ଥୀ କରିଛି ବିଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି