Masthead

ଭାରସାମ୍ୟ ହରାଇ ଦୋକାନ ଉପରକୁ ଚଢିଗଲା ଟ୍ରକ

ବସ୍ତା (ବଡ଼ ଖବର ବ୍ୟୁରୋ): ଭାରସାମ୍ୟ ହରାଇ ଟାଟା ମ୍ୟାଜିକକୁ ଧକ୍କା ଦେଇ ପାନ ଦୋକାନ ଉପରକୁ ମାଡିଗଲା କୋଇଲା ବୋଝେଇ ଟ୍ରକ । ଦୋକାନୀ ଗୁରୁତର । ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଗୁଡିଖାଳ ଛକ ନିକଟରେ ଘଟିଛି ଦୁର୍ଘଟଣା । ସୂଚନା ଅନୁଯାୟୀ ତେନ୍ତୁଳିଆ ଗ୍ରାମର ରବିନ୍ଦ୍ର ହାତୀଙ୍କ ଗୁଡିଖାଳ ଛକ ନିକଟରେ ଜାତୀୟ ରାଜପଥ ପାର୍ଶ୍ବରେ ଏକ ପାନ ଦୋକାନ ରହିଛି ।

ଗୁରୁବାର ଦୋକାନ ବନ୍ଦ କରି ରବିନ୍ଦ୍ର ଭିତରେ ଶୋଇଥିବା ବେଳେ ବିଳମ୍ବିତ ରାତିରେ ବାଲେଶ୍ବର ପଟୁ ଜଳେଶ୍ବର ଅଭିମୁଖେ ଯାଉଥିବା ଏକ କୋଇଲା ବୋଝେଇ ଟ୍ରକ ଭାରସାମ୍ୟ ହରାଇ ପ୍ରଥମେ ରାସ୍ତା କଡରେ ଛିଡା ହୋଇଥିବା ଏକ ଟାଟା ମ୍ୟାଜିକକୁ ଧକ୍କା ଦେଇ ଥିଲା । ଏହା ପରେ ଟ୍ରକଟି ଦୋକାନ ଉପରକୁ ମାଡି ଯିବା ପରେ ଉଭୟ ଟ୍ରକ ଏବଂ ଟାଟା ମ୍ୟାଜିକ ୨୦ ଫୁଟ ତଳକୁ ଖସି ପଡି ଥିଲା । ଗୁରୁତର ଅବସ୍ଥାରେ ରବିନ୍ଦ୍ରଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକେ ପ୍ରଥମେ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଇ ଥିଲେ ।

ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଥିବା ବେଳେ ଖବର ପାଇ ବସ୍ତା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ