Masthead

ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ

ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷା ନିୟମର କଡ଼ା ଅନୁପାଳନ ନିଶ୍ଚିତ କରିବା ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ ଏନଫୋର୍ସମେଣ୍ଟ ଚାଲିଛି। ଏହି କ୍ରମରେ ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଅଞ୍ଚଳରେ ପରିବହନ ବିଭାଗ ଓ ପୋଲିସ ଦ୍ୱାରା ବ୍ୟାପକ ଯାଞ୍ଚ କରାଯାଉଛି। ବିଶେଷ କରି ଓଭରଲୋଡିଂ, ବିପରୀତ ଦିଗରେ ଗାଡ଼ି ଚାଳନା, ଦ୍ରୁତଗତି, ମଦ୍ୟପାନ କରି ଗାଡ଼ି ଚାଳନା ଏବଂ ବିନା ଫିଟନେସରେ ଚାଲୁଥିବା ଭାରୀଯାନଗୁଡ଼ିକ ବିରୋଧରେ ଆଇନ ଅନୁଯାୟୀ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।
ଏହି ଅଭିଯାନ ଅଧୀନରେ, ସୁନ୍ଦରଗଡ଼ର ସର୍ଗିପାଲି ଅଞ୍ଚଳରେ ଯାଞ୍ଚ ସମୟରେ ସଡ଼କ ସୁରକ୍ଷା ନିୟମର ଖୋଲାଖୋଲି ଉଲ୍ଲଙ୍ଘନ କରୁଥିବା ଏକ ହାଇୱାକୁ ଜବତ କରାଯାଇଛି। ଗାଡ଼ିଟି ଧାର୍ଯ୍ୟ ସୀମାଠାରୁ ଅଧିକ ସାମଗ୍ରୀ ବହନ କରିବା ସହ ବୈଧ ଫିଟନେସ୍ ପ୍ରମାଣପତ୍ର , ରୋଡ୍ ପରମିଟ୍, ଓଡ଼ିଶା ମୋଟର ଯାନ ଟିକସ ଏବଂ ପ୍ରଦୂଷଣ ପ୍ରମାଣପତ୍ର ନଥାଇ ଚାଲୁଥିବା ଜଣାପଡ଼ିଥିଲା। ଏହି ଅନିୟମିତତା ପାଇଁ ମୋଟର ଯାନ ଆଇନ ଅନୁଯାୟୀ ଇ-ଚାଲାଣ ଜାରି ହୋଇଛି। ବର୍ତ୍ତମାନ ଜବତ ହାଇୱାକୁ ଅଟକ ରଖାଯାଇ ପରବର୍ତ୍ତୀ ଆଇନଗତ ପ୍ରକ୍ରିୟା ଜାରି ରହିଛି।
ସୁରକ୍ଷିତ ଯାତ୍ରା ପାଇଁ ଏହି ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଆଗକୁ ମଧ୍ୟ ଜାରି ରହିବ। ଏଥିସହ ସମସ୍ତ ଗାଡ଼ି ଚାଳକ ଓ ମାଲିକମାନଙ୍କୁ ସଡ଼କ ସୁରକ୍ଷା ନିୟମକୁ ସମ୍ପୂର୍ଣ୍ଣ ରୂପେ ପାଳନ କରିବା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ