Masthead

ଡାକ୍ତରଖାନାରେ ଡାକ୍ତରକୁ ମାଡ଼

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ):  ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ କର୍ତ୍ତବ୍ୟରତ ଡାକ୍ତରଙ୍କୁ ମାଡ ଅଭିଯୋଗ । ଟାଉନ ଥାନାରେ ମାମଲା ଦାୟର  । ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଆଜି ଶିମିଳିଆ ଅଞ୍ଚଳର ରାଧୁ ଚରଣ ବେହେରାଙ୍କୁ ଚିକିତ୍ସା କରିବାପାଇଁ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ପରିବାର ସଦସ୍ୟ ।  କିନ୍ତୁ ଚିକିତ୍ସା ସମୟରେ ତାଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଅଧିକ ହେବାରୁ ତାଙ୍କୁ କଟକକୁ ସ୍ଥାନାନ୍ତର କରିବାପାଇଁ ବ୍ୟବସ୍ଥା କରାଯାଉଥିବା ସମୟରେ ରାଧୁ ଚରଣଙ୍କ ମୃତ୍ୟୁ ହୋଇଥିଲା  ।

ଯାହାକୁ ନେଇ ରାଧୁ ଚରଣଙ୍କ ପୁଅ ଓ ପରିବାର ଚିକିତ୍ସା କରୁଥିବା ଡାକ୍ତର ରାଜେଶ କୁମାର ସିଂଙ୍କୁ ଚିକିତ୍ସାରେ ଅବହେଳା କରିଥିବା ଅଭିଯୋଗ କରି ମାରଣାତ୍ମକ କରିଥିଲେ  । ଯାହାକୁ ନେଇ ଢେଙ୍କାନାଳ ଡାକ୍ତର ସଂଘ ତରଫରୁ ତୀବ୍ର ନିନ୍ଦା କରାଯିବା ସହିତ ସଂଘ ସଭାପତି ଡା ରଞ୍ଜନ ସାମଲ ଓ ସମ୍ପାଦକ ଡା ପ୍ରଦୋଷ ବେହେରାଙ୍କ ତରଫରୁ ଟାଉନ ଥାନାରେ ଏକ ଏଫଆଇଆର ଦାଖଲ କରାଯାଇଛି  ।  ଏ ନେଇ ଟାଉନ ଥାନାରେ ମାମଲା ରୁଜୁ କରାଯାଇଛି ଓ ଦୋଷୀଙ୍କ ବିରୋଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସଦର ଏସଡିପିଓ ବିଭୁତି ଭୂଷଣ ମହାପାତ୍ର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍