ଯୁବକକୁ ପିଟିପିଟି ହତ୍ୟା, ୮ ଗିରଫ

ହରିଚନ୍ଦନପୁର (ବଡ଼ ଖବର ବ୍ୟୁରୋ):  ଯୁବକକୁ ପିଟିପିଟି ହତ୍ୟା । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଧାଙ୍ଗଡଡିହା ଗ୍ରାମରେ । ପୋଖରୀ ନିକଟରେ ଜଣେ ଯୁବକକୁ ପିଟିପିଟି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ କେନ୍ଦୁଝର ସହର ଗହ୍ମାରିଆ ଗ୍ରାମର କୁଞ୍ଜ ବାହାଦୁର ଲମା । ବାହାଦୁର କଟକରୁ କେନ୍ଦୁଝର ଆସୁଥିବାବେଳେ ଭୋରରୁ ଘଟଗାଁରେ ଓହ୍ଲାଇ ପଡ଼ିଥିଲେ । ପରେ ଧାଙ୍ଗଡଡିହା ଗ୍ରାମର ଜଣେ ବ୍ୟକ୍ତି ଘରେ ପଶିଥିଲେ । ତେବେ କୌଣସି କାରଣକୁ ନେଇ ଧାଙ୍ଗଡଡିହା ଗ୍ରାମର ପୋଖରୀ ନିକଟରେ କିଛି ଲୋକ ତାଙ୍କୁ ସଙ୍ଗବଦ୍ଧ ଭାବେ ପିଟିପିଟି ହତ୍ୟା କରିଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ୮ ଜଣଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ