Masthead

ମିଳିଲା ବଙ୍ଗୀୟ ପର୍ଯ୍ୟଟକଙ୍କ ମୃତ ଦେହ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ଵର ଜିଲ୍ଲା ଭୋଗରାଇର ତାଳସାରୀ ବେଳାଭୂମିରେ ଗତ କାଲି ୨ଜଣ ବଙ୍ଗୀୟ ପର୍ଯ୍ୟଟକ ଭାସି ଯାଇ ନିଖୋଜ ଥିଲେ । ସେମାନେ ହେଲେ ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲ୍ଲା ବାରାସାତ ଥାନା ଶାରଦାପଲ୍ଲୀ ଗାଁର ଜୟନ୍ତ ଆଚାର୍ଯ୍ୟଙ୍କ ପୁଅ ଅଭ୍ରଦୀପ ଓ ଅନ୍ୟ ଜଣେ ସେହି ଥାନା ଅଧୀନସ୍ଥ ମଧ୍ୟମ ଗ୍ରାମର ଆଶିଷ ସିଂହଙ୍କ ପୁଅ ଦେବର୍ଷି । ପାୱାର ବୋଟରେ ବହୁ ଖୋଜାଖୋଜି କରାଯାଇଥିଲେ ମଧ୍ୟ ସେମାନଙ୍କ ପତ୍ତା ମିଳିନଥିଲା । ତେବେ ଆଜି ସକାଳେ ଅଭ୍ରଦୀପଙ୍କ ମୃତ ଦେହ ଉଦ୍ଧାର ହୋଇଛି । ନିଖୋଜ ଦେବର୍ଷିଙ୍କୁ ଖୋଜାଖୋଜି ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ