Masthead

ରାହୁଲ ଗାନ୍ଧିଙ୍କୁ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକା ବିଜେପି ପକ୍ଷରୁ ରାହୁଲଙ୍କ ବିରୋଧରେ ରୁଜୁ ହୋଇଥିବା ମାନହାନୀ ମାମଲାରେ ରାହୁଲ ଗାନ୍ଧିଙ୍କୁ ଜାମିନ ମିଳିଛି । ବାଙ୍ଗାଲୁରୁ କୋର୍ଟ ରାହୁଲଙ୍କୁ ଜାମିନ ପ୍ରଦାନ କରିଛନ୍ତି । କର୍ଣ୍ଣାଟକା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ପକ୍ଷରୁ ଗଣମାଧ୍ୟମରେ ପ୍ରଦର୍ଶୀତ ବିଜ୍ଞାପନରେ ବିଜେପି ଦୁର୍ନୀତିରେ ଲିପ୍ତ ଥିବା ଦର୍ଶାଯାଇଥିଲା । ଏଥିରେ ଦର୍ଶାଜାଇଥିଲା କି ୨୦୧୯ରୁ ୨୦୨୩ ମସିହା ପର୍ୟ୍ୟନ୍ତ ବିଜେପି କିଭଳି ରାଜ୍ୟରେ ବିଭିନ୍ନ ଦୁର୍ନୀତିରେ ଲିପ୍ତ ରହିଛି । ଏହି ପରିପ୍ରେକ୍ଷୀରେ କଂଗ୍ରେସ ଏକ ଦୁର୍ନୀତି ରେଟ୍‌ କାର୍ଡ ବି ସାର୍ବଜନୀନ କରିଥିଲା। ।

ବିଜେପି ବିଧାୟକ ତଥା ଜେନେରାଲ ସେକ୍ରେଟାରୀ କେଶବ ପ୍ରସାଦ ଏହୁକୁ ନେଇ ଅଭିଯୋଗ କରିଥିଲେ । ଏପରିକି ମିଥ୍ୟା ବିଜ୍ଞାପନ ଦେଇ ବିଜେପିର ଛବି ମଳିନ କରିବା ସହ ସାଧାରଣ ଜନତାଙ୍କୁ ଭ୍ରମିତ କରିବା ନେଇ ସେ ଡି.କେ ଶିବକୁମାର, ସିଦ୍ଧରମୈୟା ଓ ରାହୁଲ ଗାନ୍ଧିଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଏହାକୁ ନେଇ କୋର୍ଟରେ ତାଙ୍କୁ ଆଜି ହାଜର ହେବାକୁ କୁହାଯାଇଥିଲା। ଆଜି ରାହୁଲ କୋର୍ଟରେ ହାଜର ହୋଇଥିବା ବେଳେ ସେଠାରେ ମାମଲାର ଶୁଣାଣି ପରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା