Masthead

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାକୁ ସମନ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): ବେଙ୍ଗାଲୁରୁ ପୋଲିସ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା, ରାଜ୍ୟ ସଭାପତି ବି ୱାଇ ବିଜୟେନ୍ଦ୍ର ଏବଂ ଆଇଟି ସେଲ ମୁଖ୍ୟ ଅମିତ ମାଲଭିଆଙ୍କୁ ନୋଟିସ ଜାରି କରିଛି । ମୁସଲମାନ ସଂରକ୍ଷଣକୁ ନେଇ କର୍ଣ୍ଣାଟକ ବିଜେପି ପକ୍ଷରୁ କରାଯାଇଥିବା ବିବାଦୀୟ ପୋଷ୍ଟ ମାମଲାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆଇଟି ସେଲ୍‌ ମୁଖ୍ୟ ଅମିତ ମାଲବ୍ୟଙ୍କୁ ସୋମବାର ବେଙ୍ଗାଲୁରୁ ପୋଲିସ ସମନ ଜାରି କରିଛି । ସପ୍ତାହେ ମଧ୍ୟରେ ବେଙ୍ଗାଲୁରୁ ପୋଲିସ ନିକଟରେ ପଚରାଉଚରା ପାଇଁ ହାଜର ହେବାକୁ ଉଭୟ ନେତାଙ୍କୁ ସମନ ଜାରି ହୋଇଛି।

ସୂଚନାଯୋଗ୍ୟ, ଗତ ସପ୍ତାହରେ କର୍ଣ୍ଣାଟକ ବିଜେପି ପକ୍ଷରୁ ଏକ୍ସ’ରେ ପୋଷ୍ଟ ହୋଇଥିବା ଏକ ଆନିମେଟେଡ୍‌ ଭିଡିଓରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦାରାମେୟା ମୁସଲମାନ ସମ୍ପ୍ରଦାୟକୁ ଅଧିକ ପାଣ୍ଠି ଯୋଗାଉଥିବା ଦର୍ଶାଯାଇଥିଲା। ଏହି ଭିଡିଓ ବିରୋଧରେ କଂଗ୍ରେସ ପକ୍ଷରୁ ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ନିକଟରେ ଅଭିଯୋଗ କରାଯିବା ସହ ବେଙ୍ଗାଲୁରୁରେ ମାମଲା ରୁଜୁ କରାଯାଇଥିଲା। ତେବେ ମଙ୍ଗଳବାର ଏହି ବିବାଦୀୟ ପୋଷ୍ଟକୁ ହଟାଇବାକୁ ଇସିଆଇ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଏକ୍ସ’କୁ ନିର୍ଦ୍ଦେଶ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ