ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାକୁ ସମନ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): ବେଙ୍ଗାଲୁରୁ ପୋଲିସ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା, ରାଜ୍ୟ ସଭାପତି ବି ୱାଇ ବିଜୟେନ୍ଦ୍ର ଏବଂ ଆଇଟି ସେଲ ମୁଖ୍ୟ ଅମିତ ମାଲଭିଆଙ୍କୁ ନୋଟିସ ଜାରି କରିଛି । ମୁସଲମାନ ସଂରକ୍ଷଣକୁ ନେଇ କର୍ଣ୍ଣାଟକ ବିଜେପି ପକ୍ଷରୁ କରାଯାଇଥିବା ବିବାଦୀୟ ପୋଷ୍ଟ ମାମଲାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆଇଟି ସେଲ୍‌ ମୁଖ୍ୟ ଅମିତ ମାଲବ୍ୟଙ୍କୁ ସୋମବାର ବେଙ୍ଗାଲୁରୁ ପୋଲିସ ସମନ ଜାରି କରିଛି । ସପ୍ତାହେ ମଧ୍ୟରେ ବେଙ୍ଗାଲୁରୁ ପୋଲିସ ନିକଟରେ ପଚରାଉଚରା ପାଇଁ ହାଜର ହେବାକୁ ଉଭୟ ନେତାଙ୍କୁ ସମନ ଜାରି ହୋଇଛି।

ସୂଚନାଯୋଗ୍ୟ, ଗତ ସପ୍ତାହରେ କର୍ଣ୍ଣାଟକ ବିଜେପି ପକ୍ଷରୁ ଏକ୍ସ’ରେ ପୋଷ୍ଟ ହୋଇଥିବା ଏକ ଆନିମେଟେଡ୍‌ ଭିଡିଓରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦାରାମେୟା ମୁସଲମାନ ସମ୍ପ୍ରଦାୟକୁ ଅଧିକ ପାଣ୍ଠି ଯୋଗାଉଥିବା ଦର୍ଶାଯାଇଥିଲା। ଏହି ଭିଡିଓ ବିରୋଧରେ କଂଗ୍ରେସ ପକ୍ଷରୁ ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ନିକଟରେ ଅଭିଯୋଗ କରାଯିବା ସହ ବେଙ୍ଗାଲୁରୁରେ ମାମଲା ରୁଜୁ କରାଯାଇଥିଲା। ତେବେ ମଙ୍ଗଳବାର ଏହି ବିବାଦୀୟ ପୋଷ୍ଟକୁ ହଟାଇବାକୁ ଇସିଆଇ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଏକ୍ସ’କୁ ନିର୍ଦ୍ଦେଶ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’