Masthead

ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଭଦ୍ରକ ବନ୍ଦ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ବିପଯ୍ୟସ୍ଥ ସ୍ୱାସ୍ଥ୍ୟ ସେବା ସହ ମେଡିକାଲ କଲେଜ ପ୍ରତିଷ୍ଠା ଦାବିକୁ ନେଇ ଭଦ୍ରକ ଜ଼ିଲ୍ଲା କଂଗ୍ରେସ ପକ୍ଷରୁ ବନ୍ଦ ଡାକରା । ଭଦ୍ରକ ସହରକୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଂଗ୍ରେସ । ବନ୍ଦ ଡାକରା ଯୋଗୁଁ ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ସହର ମଧ୍ୟ ଦେଇ ଯାଉଥିବା ଗାଡି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି । ୧୬ନଂ ଜାତୀୟ ରାଜପଥକୁ କଂଗ୍ରେସ ପକ୍ଷରୁ ଅବରୋଧ କରାଯାଇଛି । ରାଜପଥର ଉଭୟ ପାର୍ଶରେ ସହ ସହ ଗାଡି ମୋଟର ଅଟକ ରହିଛି । ବନ୍ଦ ସମୟରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ନ ଉପୁଜେ ସେଥପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।

ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ସହ ଜିଲ୍ଲାର ସ୍ୱାସ୍ଥ୍ୟ ବିଭାଗ ଏବେ ଅସୁସ୍ଥ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବା ପୂରା ଠପ୍ । କରୋନା ଆଳରେ ରୋଗୀଙ୍କୁ ଚିକିତ୍ସା ନକରି ଫେରାଇ ଦେବା ଓ ସାଧାରଣ ରୋଗୀଙ୍କୁ କଟକ ପଠାଇବା ନିତିଦିନିଆ ଘଟଣା ପାଲଟିଯାଇଛି । ଭଦ୍ରକ ମେଡିକାଲରେ ଭେଣ୍ଟିଲେଟର ଥିଲେ ମଧ୍ୟ କାର୍ୟ୍ୟ କରୁନାହିଁ । ତୁରନ୍ତ ଏହାକୁ କାର୍ୟ୍ୟକ୍ଷମ କରାଯିବାକୁ କଂଗ୍ରେସ ପକ୍ଷରୁ ପୂର୍ବରୁ ଦାବି କରାଯାଇଥିଲା । ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି ସାମଧାନ ନ ହେବାରୁ ଉପରୋକ୍ତ ଦାବିକୁ ନେଇ ଆଜି ଭଦ୍ରକ ସହର ବନ୍ଦ ରଖାଯାଇଥିବା କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ