ବାଇକରେ ଆସି ସୁନା ଚେନ୍ ଝାମ୍ପିନେଲେ

ବାସୁଦେବପୁର (ବଡ଼ ଖବର ବ୍ୟୁରୋ) ବାଇକରେ ଆସିଲେ । ଝାମ୍ପିଲେ ସୁନା ଚେନ । ଭଦ୍ରକ ଜିଲ୍ଲା ବାସୁଦେବପୁରରେ ଘଟିଛି ଏଭଳି ଘଟଣା । ବାସୁଦେବପୁର ବେତଡ଼ା ସ୍କୁଲର ଶିକ୍ଷୟିତ୍ରୀ ରତ୍ନମଣି ଦାସ ଅପରାହ୍ନରେ ସ୍କୁଲରୁ ଫେରି ବାସୁଦେବପୁର ସତସଙ୍ଗ ନିକଟରେ ଥିବା ଏକ ପାର୍ଲରକୁ ଯିବା ସମୟରେ ହଠାତ ଓଡି୨୨-କ୍ୟୁ୪୫୬୭ ନମ୍ବର ବାଇକରେ ଦୁଇ ଜଣ ଲୁଟେରା ଆସି ରତ୍ନମଣିଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଇଥିଲେ। ରତ୍ନମଣି ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ଗୋଡ଼ାଇ ଜଣେ ଲୁଟେରା ସହ ବାଇକକୁ ଧରି ପୋଲିସ ଜିମା ଦେଇଛନ୍ତି। ଅନ୍ୟ ଜଣେ ଲୁଟେରା ଚେନ୍ ନେଇ ଫେରାର ହୋଇଯାଇଛନ୍ତି। ଏନେଇ ରତ୍ନମଣି ବାସୁଦେବପୁର ଥାନାରେ ଅଭିଯୋଗ କରିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ