Masthead

ବେଦମାତା ବେଶରେ ଦର୍ଶନ ଦେଉଛନ୍ତି ମା’ ଭଦ୍ରକାଳୀ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଆଜିଠାରୁ ଆରମ୍ଭ ହେଉଛି ଭଦ୍ରକର ପ୍ରସିଦ୍ଧ କାଳୀପୂଜା । ଏହି ଅବସରରେ ଭଦ୍ରକର ଅଧିଷ୍ଠାତ୍ରୀ ଦେଵୀ ମା’ ଭଦ୍ରକାଳୀ ସପ୍ତମାତୃକା ବେଶରେ ପୂଜା ପାଉଛନ୍ତି । ସପ୍ତମାତୃକା ବେଶର ଆଜି ହେଉଛି ପ୍ରଥମ ଦିନ । ଆଜି ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ ଭଦ୍ରକାଳୀ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ମା’ ଭଦ୍ରକାଳୀ ପୀଠ । କିନ୍ତୁ କରୋନା କଟକଣା ଯୋଗୁ ଏଥର ଫିକା ପଡ଼ିଛି ମା’ଙ୍କ ପୂଜା । ପରିସ୍ଥିତିକୁ ଦୃଷ୍ଟିରେ ରଖି ପୀଠରେ ୧୪୪ ଧାରା ଜାରି କରାଯାଇଛି । ସେଥିଲାଗି ଦୂର ଦୁରାନ୍ତରୁ ଆସିଥିବା ଭକ୍ତଟି ମନକଷ୍ଟରେ ଫେରିଯାଉଛି ।

ବିଧି ଅନୁଯାୟୀ ମା’ଙ୍କ ପୂଜା ହେଉଛି । ଆଜି ବେଦମାତା ବେଶରେ ମା’ଙ୍କ ଦର୍ଶନ କଲେ ପରିବାରର ମଙ୍ଗଳ ହେବା ସହ ସମସ୍ତ ମନସ୍କାମନା ପୂରଣ ହୋଇଥାଏ ବୋଲି ବିଶ୍ୱାସ ରହିଛି । କିନ୍ତୁ କରୋନା କଟକଣା ଯୋଗୁ ଭକ୍ତ ମା’ଙ୍କ ଦର୍ଶନରୁ ବଞ୍ଚିତ ହୋଇଛି । ଅନ୍ୟପଟେ ବ୍ୟବସାୟୀଙ୍କ ମଧ୍ୟରେ ବି ନୈରାଶ୍ୟ ଦେଖିବାକୁ ମିଳିଛି । ଗତ ୬ମାସ ହେବ ହାତବାନ୍ଧି ବସିଥିଲେ ବ୍ୟବସାୟୀ । ଅପେକ୍ଷା କରିଥିଲେ କାଳୀପୂଜାରେ କିଛି ବେପାର ହେବ । ସେଥିଲାଗି ପୂର୍ବରୁ ବହୁ କିସମର ଭୋଗ ମଧ୍ୟ ତିଆରି କରିସାରିଥିଲେ । କିନ୍ତୁ ତାହା ମଧ୍ୟ ହୋଇପାରିଲା ନାହିଁ । ଏଥିଲାଗି ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା