Masthead

ବିଜେଡି ଛାଡ଼ିଲେ ଭାଗିରଥି ସେଠୀ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଆଜି ସେ ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫାପତ୍ର ପଠାଇଛନ୍ତି। ତେବେ ଶ୍ରୀ ସେଠୀ କେଉଁ କାରଣ ପାଇଁ ଇସ୍ତଫା ଦେଇଛନ୍ତି, ତାହା ଜଣାପଡ଼ି ନାହିଁ। ଭାଗିରଥୀ ସେଠୀ ୨୦୦୯ ସାଧାରଣ ନିର୍ବାଚନରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଥିଲେ।

ଆଉ ବିଜୟୀ ହୋଇ ଓଡ଼ିଶା ବିଧାନସଭାକୁ ଯାଇଥିଲେ। ହେଲେ ୨୦୧୪ରେ ତାଙ୍କ ଟିକଟ କାଟିଦେଇଥିଲା ବିଜେଡି। ତାଙ୍କ ସ୍ଥାନରେ ମାୟାଧର ଜେନାଙ୍କୁ ଦଳ ପ୍ରାର୍ଥୀ କରିଥିଲା। ଯେଉଁଥିପାଇଁ ସେ ବିଜେଡି ଛାଡ଼ି ବିଜେପିରେ ସାମିଲ୍‌ ହୋଇଥିଲେ। କିନ୍ତୁ ନିର୍ବାଚନ ଲଢ଼ିନଥିଲେ। ନିଜର ସଙ୍ଗଠନକୁ ସମ୍ଭାଳି ଥିଲେ।୨୦୧୯ ସାଧାରଣ ନିର୍ବାଚନରେ ଶ୍ରୀ ସେଠୀଙ୍କୁ ବିଜେପି ପ୍ରାର୍ଥୀ କରିଥିଲା। ତାଙ୍କର ବିଜୟ ସମ୍ଭାବନା ଅଧିକ ଥିବା ଜାଣିପାରି ବିଜେଡି ତାଙ୍କୁ ଦଳରେ ମିଶାଇବାକୁ ଖୋଲା ଅଫର ଦେଇଥିଲା। ଆଉ ତା’ପରେ ଶ୍ରୀ ସେଠୀ ବିଜେପି ଟିକେଟ ଫେରାଇ ବିଜେଡିରୁ ପ୍ରାର୍ଥୀ ହୋଇଥିଲେ।

ନିର୍ବାଚନରେ ବିଜୟୀ ହୋଇ ବିଧାନସଭାକୁ ଯାଇଥିଲେ। ଏଥର ସେ ପ୍ରାର୍ଥୀ ହେବେ ବୋଲି ବହୁ ଆଶା କରିଥିଲେ। ହେଲେ ଦଳ ତାଙ୍କୁ ନିରାଶ କରିଥିଲା। ତାଙ୍କ ସ୍ଥାନରେ ଅଭିମନ୍ୟୁ ସେଠୀଙ୍କୁ ବିଜେଡି ପ୍ରାର୍ଥୀ କରିଥିଲା। ଯାହାକୁ ନେଇ ସେ ଅସନ୍ତୋଷ ପ୍ରକାଶ କରିଥିଲେ। ସେଥିପାଇଁ ସେ ବିଜେଡି ଛାଡ଼ିଥିବା ଚର୍ଚ୍ଚା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ