Masthead

ବିଜେଡି ଛାଡ଼ିଲେ ଭାଗିରଥି ସେଠୀ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଆଜି ସେ ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫାପତ୍ର ପଠାଇଛନ୍ତି। ତେବେ ଶ୍ରୀ ସେଠୀ କେଉଁ କାରଣ ପାଇଁ ଇସ୍ତଫା ଦେଇଛନ୍ତି, ତାହା ଜଣାପଡ଼ି ନାହିଁ। ଭାଗିରଥୀ ସେଠୀ ୨୦୦୯ ସାଧାରଣ ନିର୍ବାଚନରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଥିଲେ।

ଆଉ ବିଜୟୀ ହୋଇ ଓଡ଼ିଶା ବିଧାନସଭାକୁ ଯାଇଥିଲେ। ହେଲେ ୨୦୧୪ରେ ତାଙ୍କ ଟିକଟ କାଟିଦେଇଥିଲା ବିଜେଡି। ତାଙ୍କ ସ୍ଥାନରେ ମାୟାଧର ଜେନାଙ୍କୁ ଦଳ ପ୍ରାର୍ଥୀ କରିଥିଲା। ଯେଉଁଥିପାଇଁ ସେ ବିଜେଡି ଛାଡ଼ି ବିଜେପିରେ ସାମିଲ୍‌ ହୋଇଥିଲେ। କିନ୍ତୁ ନିର୍ବାଚନ ଲଢ଼ିନଥିଲେ। ନିଜର ସଙ୍ଗଠନକୁ ସମ୍ଭାଳି ଥିଲେ।୨୦୧୯ ସାଧାରଣ ନିର୍ବାଚନରେ ଶ୍ରୀ ସେଠୀଙ୍କୁ ବିଜେପି ପ୍ରାର୍ଥୀ କରିଥିଲା। ତାଙ୍କର ବିଜୟ ସମ୍ଭାବନା ଅଧିକ ଥିବା ଜାଣିପାରି ବିଜେଡି ତାଙ୍କୁ ଦଳରେ ମିଶାଇବାକୁ ଖୋଲା ଅଫର ଦେଇଥିଲା। ଆଉ ତା’ପରେ ଶ୍ରୀ ସେଠୀ ବିଜେପି ଟିକେଟ ଫେରାଇ ବିଜେଡିରୁ ପ୍ରାର୍ଥୀ ହୋଇଥିଲେ।

ନିର୍ବାଚନରେ ବିଜୟୀ ହୋଇ ବିଧାନସଭାକୁ ଯାଇଥିଲେ। ଏଥର ସେ ପ୍ରାର୍ଥୀ ହେବେ ବୋଲି ବହୁ ଆଶା କରିଥିଲେ। ହେଲେ ଦଳ ତାଙ୍କୁ ନିରାଶ କରିଥିଲା। ତାଙ୍କ ସ୍ଥାନରେ ଅଭିମନ୍ୟୁ ସେଠୀଙ୍କୁ ବିଜେଡି ପ୍ରାର୍ଥୀ କରିଥିଲା। ଯାହାକୁ ନେଇ ସେ ଅସନ୍ତୋଷ ପ୍ରକାଶ କରିଥିଲେ। ସେଥିପାଇଁ ସେ ବିଜେଡି ଛାଡ଼ିଥିବା ଚର୍ଚ୍ଚା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି