Masthead

ବେକାରୀ ସମସ୍ୟାକୁ ନେଇ ତାତିଲା ଭଞ୍ଜସେନା

ରାଇରଙ୍ଗପୁର, (ବଡ଼ ଖବର ବ୍ୟୁରୋ): ରାଜ୍ୟ ବାହାରେ ଦାଦନ ଖଟୁଥିବା ମୟୂରଭଞ୍ଜ ଜିଲ୍ଲାର ବେକାର ଯୁବକ ଯୁବତୀଙ୍କ ନିଯୁକ୍ତି ନିମନ୍ତେ ଭଞ୍ଜସେନା ପକ୍ଷରୁ ରାଇରଙ୍ଗପୁର ସହରର କୁଡୁମୀ ଭବନଠାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ମୟୂରଭଞ୍ଜ ଏକ ଆଦିବାସୀ ଅଧ୍ୟୁଷିତ ଜିଲ୍ଲା। ଏହା ପ୍ରାକୃତିକ ତଥା ଖଣିଜ ସମ୍ପଦରେ ପରିପୂର୍ଣ୍ଣ। ଜିଲ୍ଲାରେ ଲୌହଖଣି ରହିଛି। ଅନ୍ୟ ରାଜ୍ୟକୁ ଲୁହାପଥର ଚାଲାଣ ହେଉଥିଲେ ମଧ୍ୟ ଏ ଅଞ୍ଚଳରେ କୌଣସି କଳକାରଖାନା ନିର୍ମାଣ କରାଯାଉ ନାହିଁ।

ଫଳରେ ଜିଲ୍ଲାରେ ବେକାରୀ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ବେକାରୀ ସମସ୍ୟା ଦୂର କରିବା ସହ ବେକାର ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେବାକୁ ଭଞ୍ଜସେନା ସ୍ୱର ଉତ୍ତୋଳନ କରି ସରକାରଙ୍କ ନିକଟରେ ଦାବି କରିଛି। ସେପଟେ ଡିସେମ୍ବର ୧୦ ବିଶ୍ୱ ମାନବାଧିକାର ଦିବସଠାରୁ ଜିଲ୍ଲାରୁ ଲୁହାପଥର ପରିବହନ କରିବାକୁ ଦିଆଯିବ ନାହିଁ ଏବଂ ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରାଯିବ ବୋଲି ଭଞ୍ଜସେନା ପକ୍ଷରୁ ଚେତାବନୀ ଦିଆଯାଇଛି।

ବୈଠକରେ ଭଞ୍ଜସେନାର ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନା, କାର୍ଯ୍ୟକାରୀ ଅଧ୍ୟକ୍ଷ ରାକେଶ ସିଂ, ଜିଲ୍ଲା ସଭାପତି ପିଣ୍ଟୁ ମାଇତି, ବରିଷ୍ଠ ସାମ୍ବାଦିକ, ରାଜନେତା, ମଜଦୁର ସଂଘ ସଭାପତି ପ୍ରମୁଖ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ