Masthead

କଲଭର୍ଟରେ ପିଟିହେଲା ବାଇକ୍, ଜଣେ ମୃତ

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଜୟମଙ୍ଗଳ ଗାଁ ନିକଟରେ ଏକ ବାଇକ ଦୁର୍ଘଟଣାରେ ବିକି ବେହେରା (୨୨) ନାମକ ଜଣେ ଯୁବକଙ୍କ ମୃତ୍ୟୁ ବେଳେ ଅନ୍ୟ ଜଣେ ଯୁବକ କାର୍ତ୍ତିକେଶ୍ୱର ମଲ୍ଲିକ (୨୩) ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାରେ ଗୁରୁବାର ଦିନ ୨ ସାଙ୍ଗ ଏକ ବାଇକ ଯୋଗେ କୌଣସି କାମରେ ଭଞ୍ଜନଗର ଆସିଥିଲେ । କାମ ସାରି ଦୁହେଁ ରାତିରେ ଗାଁକୁ ଫେରୁଥିବା ବେଳେ ଜୟମଙ୍ଗଳ ଗାଁ ନିକଟରେ ଭାରସାମ୍ୟ ହରାଇ ଏକ କଲଭର୍ଟରେ ପିଟି ହୋଇଯାଇଥିଲେ। ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଉଭୟ ଘଟଣାସ୍ଥଳରେ ଗୁରୁତର ଭାବେ ହୋଇ ପଡ଼ିରହିଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ଭଞ୍ଜନଗର ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ବିକି ବେହେରାଙ୍କୁ ମୃତ ଘୋଷଣା କରିଥିଲେ। ଭଞ୍ଜନଗର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ