Masthead

କଲଭର୍ଟରେ ପିଟିହେଲା ବାଇକ୍, ଜଣେ ମୃତ

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଜୟମଙ୍ଗଳ ଗାଁ ନିକଟରେ ଏକ ବାଇକ ଦୁର୍ଘଟଣାରେ ବିକି ବେହେରା (୨୨) ନାମକ ଜଣେ ଯୁବକଙ୍କ ମୃତ୍ୟୁ ବେଳେ ଅନ୍ୟ ଜଣେ ଯୁବକ କାର୍ତ୍ତିକେଶ୍ୱର ମଲ୍ଲିକ (୨୩) ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାରେ ଗୁରୁବାର ଦିନ ୨ ସାଙ୍ଗ ଏକ ବାଇକ ଯୋଗେ କୌଣସି କାମରେ ଭଞ୍ଜନଗର ଆସିଥିଲେ । କାମ ସାରି ଦୁହେଁ ରାତିରେ ଗାଁକୁ ଫେରୁଥିବା ବେଳେ ଜୟମଙ୍ଗଳ ଗାଁ ନିକଟରେ ଭାରସାମ୍ୟ ହରାଇ ଏକ କଲଭର୍ଟରେ ପିଟି ହୋଇଯାଇଥିଲେ। ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଉଭୟ ଘଟଣାସ୍ଥଳରେ ଗୁରୁତର ଭାବେ ହୋଇ ପଡ଼ିରହିଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ଭଞ୍ଜନଗର ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ବିକି ବେହେରାଙ୍କୁ ମୃତ ଘୋଷଣା କରିଥିଲେ। ଭଞ୍ଜନଗର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ