Masthead

ବାରଣ୍ଡାରେ ବସିଥିଲେ, ମାଡି ଗଲା କାର୍

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ଘର ବାରଣ୍ଡାରେ ବସିଥିବା ବେଳେ, ଘର ଉପରକୁ ମାଡିଗଲା କାର୍ । ଘଟଣା ସ୍ଥଳରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ, ଜଣେ ଶିଶୁ ଏବଂ ଜଣେ ମହିଳା ଗୁରୁତର ହୋଇଛନ୍ତି । ଗଂଜାମ ଜିଲ୍ଲା ଗାଙ୍ଗପୁର ଥାନା ବ୍ରହ୍ମପୁର – ଭଂଜନଗର ମୁଖ୍ୟ ରାସ୍ତାର କେଶରାପଲ୍ଲୀ ଗାଁରେ ଘଟିଛି ଏଭଳି ଘଟଣା । ଜଣକ ମୃତୁ୍ୟ ଘଟିବା ପରେ ସ୍ଥାନୀୟ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ।

ବ୍ରହ୍ମପୁର – ଭଂଜନଗର ମୁଖ୍ୟ ରାସ୍ତାରେ ଯାନବାହାନ ଚଳାଚଳ ବନ୍ଦ ରହିଛି । ଘଟଣାସ୍ଥଳରେ ଗାଙ୍ଗପୁର ଥାନା ପୋଲିସ ପହଞ୍ଚି ସଂପୃକ୍ତ କାର୍ ଚାଳକକୁ ଅଟକ ରଖିଛନ୍ତି । ମୃତ ମହିଳା ଜଣକ ହେଲେ କେଶରାପଲ୍ଲୀ ଗାଁର ସଂଯୁକ୍ତା ବିଷୋୟୀ । କେଶରାପଲ୍ଲୀ ଗାଁର ମୁଖ୍ୟ ରାସ୍ତାକଡରେ ଥିବା ଏକ ଘର ବାରଣ୍ଡାରେ କିଛି ମହିଳା ଏବଂ ଛୋଟ ଛୁଆ ବସିଥିଲେ । ରାତିରେ ବ୍ରହ୍ମପୁର ପଟୁ ଭଂଜନଗର ଅଭିମୁଖେ ଆସୁଥିବା ଏକ କାର୍, ଘର ଉପରକୁ ମାଡି ଯାଇଥିଲା ।

ଏବଂ ଘଟଣାସ୍ଥଳରେ ଗାଡ଼ିରେ ଚାପି ହୋଇ ସଂଯୁକ୍ତାଙ୍କ ମୃତ୍ୟୁ ହୋଇଥିଲା । ଏହାସହ ଜଣେ ମହିଳା ଏବଂ ଜଣେ ଶିଶୁ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ଉଧାର କରି ପ୍ରଥମେ ଆସିକା ଓ ପରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖିବାକୁ ମିଳିଛି । ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ପାଇଁ ରାସ୍ତାରେ ଟାୟାର୍ ଜାଳି ଅବରୋଧ କରିଥିଲେ ଗ୍ରାମବାସୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ