Masthead

ଉପନିର୍ବାଚନରେ ବିଜେପିକୁ ହରାଇଲା ଇଣ୍ଡିଆ ମେଣ୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ବିଜେପି ଉପରେ ଭାରି ପଡିଲା ଇଣ୍ଡିଆ ମେଣ୍ଟ । ଉପନିର୍ବାଚନରେ ବିଜେପିକୁ ହରାଇଲା ଇଣ୍ଡିଆ ମେଣ୍ଟ । ଦେଶର ଗତକାଲି ୬ ରାଜ୍ୟରେ ଅନୁଷ୍ଠିତ ୭ ବିଧାନସଭା ଆସନର ଉପନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି । ଏହି ଉପନିର୍ବାଚନରେ ୪ ଟି ଆସନରେ ଇଣ୍ଡିଆ ମେଣ୍ଟ ବିଜୟୀ ହୋଇଥିବା ବେଳେ ୩ ଟିରେ ବିଜେପି ବିଜୟୀ ହୋଇଛି । ତ୍ରିପୁରାର ଧନପୁର ଓ ବୋକ୍ସାନଗର ଓ ଉତ୍ତରାଖଣ୍ଡର ବାଗେଶ୍ୱର ନିର୍ବାଚନ ମଣ୍ଡଳୀରେ ବିଜେପି ପ୍ରାର୍ଥୀ ବିଜୟଲାଭ କରିଛନ୍ତି । ଅନ୍ୟପକ୍ଷରେ ଝାଡ଼ଖଣ୍ଡର ଝୁମରୀରେ ଜେଏମ୍ଏମ୍, ପଶ୍ଚିମବଙ୍ଗର ଧୂପଗଡ଼ି ନିର୍ବାଚନମଣ୍ଡଳୀରେ ଟିଏମସି ଓ କେରଳର ପୁଥୁପଲ୍ଲୀ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ବିଜୟଲାଭ କରିଛନ୍ତି । ତେବେ ଏହି ଫଳାଫଳ ଆସନ୍ତା ଲୋକସଭା ନିର୍ବାଚନରେ ପ୍ରଭାବ ପକାଇବ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ 🔴 ଆହୁରି ଦୁଇ ସପ୍ତାହ କଲବଲ କରିବ ଶୀତ 🔴 ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC 🔴 ଧଉଳି ଗଣଦୁଷ୍କର୍ମ, ମୁଖ୍ୟ ଅଭିଯୁକ୍ତ ଗିରଫ 🔴 ବିଜେପିର ବଡ଼ ବୈଠକ 🔴 ଶୀତ ସାଙ୍ଗକୁ ଘନ କୁହୁଡି 🔴 ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ ପାଇଁ ବିଦ୍ୟାର୍ଥୀଙ୍କୁ ଆହ୍ୱାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ 🔴 ସୁଦାନରୁ ଫେରିଲେ ଓଡ଼ିଆ ପୁଅ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ 🔴 ଆହୁରି ଦୁଇ ସପ୍ତାହ କଲବଲ କରିବ ଶୀତ 🔴 ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC 🔴 ଧଉଳି ଗଣଦୁଷ୍କର୍ମ, ମୁଖ୍ୟ ଅଭିଯୁକ୍ତ ଗିରଫ 🔴 ବିଜେପିର ବଡ଼ ବୈଠକ 🔴 ଶୀତ ସାଙ୍ଗକୁ ଘନ କୁହୁଡି 🔴 ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ ପାଇଁ ବିଦ୍ୟାର୍ଥୀଙ୍କୁ ଆହ୍ୱାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ 🔴 ସୁଦାନରୁ ଫେରିଲେ ଓଡ଼ିଆ ପୁଅ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର