Masthead

ଭର୍ତ୍ତୃହରି ମହତାବ କାମଚଳା ବାଚସ୍ପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭାର କାମଚଳା ବାଚସ୍ପତି ନିଯୁକ୍ତ ହେଲେ ଭର୍ତ୍ତୃହରି ମହତାବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତି ଦେଇଛନ୍ତି । ସେ ସଂସଦରେ ନବ ନିର୍ବାଚିତ ସାଂସଦଙ୍କୁ ଶପଥ ପାଠ କରାଇବେ । ନୂଆ ବାଚସ୍ପତି ନିର୍ବାଚିତ ହେବା ଯାଏଁ ଗୃହର ଦାୟିତ୍ୱ ତୁଲାଇବେ ଭର୍ତ୍ତୃହରି । ସେ ୬ ଥର ବିଜେଡି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଥିବା ବେଳେ ଏଥର ବିଜେପି ଟିକେଟରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚନ ପୂର୍ବରୁ ସେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ।

ସୂଚନାଯୋଗ୍ୟ ଯେ ଅଷ୍ଟାଦଶ ଲୋକସଭା ଅଧିବେଶନ ସୋମବାର ଆରମ୍ଭ ହେବାକୁ ଥିବା ବେଳେ ଅସ୍ଥାୟୀ ବାଚସ୍ପତି ନିଯୁକ୍ତ ହେବା ବେଶ୍‌ ଗୁରୁତ୍ବପୂର୍ଣ୍ଣ। କଟକରୁ ୭ ଥର ସାଂସଦ ନିର୍ବାଚିତ ହୋଇଥିବା ଭର୍ତ୍ତୃହରି ବିଜୁ ଜନତା ଦଳ ଛାଡ଼ି ନିର୍ବାଚନ ପୂର୍ବରୁ ବିଜେପିରେ ସାମିଲ ହୋଇଥିଲେ। ଜୁନ୍ ୨୬ ତାରିଖରେ ବାଚସ୍ପତି ନିର୍ବାଚନ ହେବ। ତା’ପୂର୍ବରୁ କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରି ମହତାବ ଲୋକସଭାକୁ ନିର୍ବାଚିତ ହୋଇଆସିଥିବା ଜନପ୍ରତିନିଧିମାନଙ୍କୁ ସାଂସଦ ଭାବେ ଶପଥ ପାଠ କରାଇବେ।

ଅଷ୍ଟଦଶ ଲୋକସଭାର ନବ ନିର୍ବାଚିତ ସଦସ୍ୟମାନଙ୍କୁ ଶପଥ ପାଠ କରାଇବାରେ କାମଚଳା ବାଚସ୍ପତିଙ୍କୁ ସହଯୋଗ କରିବା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକସଭା ସାଂସଦ ସୁରେଶ କୋଡିକୁନ୍ନିଲ, ଟି.ଆର ବାଲୁ, ରାଧା ମୋହନ ସିଂହ, ଫଗନ ସିଂ କୁଲସ୍ତେ ଓ ସୁଦୀପ ବନ୍ଦୋପାଧ୍ୟାୟଙ୍କୁ ମନୋନୀତ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ