ଭର୍ତ୍ତୃହରି ମହତାବ କାମଚଳା ବାଚସ୍ପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭାର କାମଚଳା ବାଚସ୍ପତି ନିଯୁକ୍ତ ହେଲେ ଭର୍ତ୍ତୃହରି ମହତାବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତି ଦେଇଛନ୍ତି । ସେ ସଂସଦରେ ନବ ନିର୍ବାଚିତ ସାଂସଦଙ୍କୁ ଶପଥ ପାଠ କରାଇବେ । ନୂଆ ବାଚସ୍ପତି ନିର୍ବାଚିତ ହେବା ଯାଏଁ ଗୃହର ଦାୟିତ୍ୱ ତୁଲାଇବେ ଭର୍ତ୍ତୃହରି । ସେ ୬ ଥର ବିଜେଡି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଥିବା ବେଳେ ଏଥର ବିଜେପି ଟିକେଟରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚନ ପୂର୍ବରୁ ସେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ।

ସୂଚନାଯୋଗ୍ୟ ଯେ ଅଷ୍ଟାଦଶ ଲୋକସଭା ଅଧିବେଶନ ସୋମବାର ଆରମ୍ଭ ହେବାକୁ ଥିବା ବେଳେ ଅସ୍ଥାୟୀ ବାଚସ୍ପତି ନିଯୁକ୍ତ ହେବା ବେଶ୍‌ ଗୁରୁତ୍ବପୂର୍ଣ୍ଣ। କଟକରୁ ୭ ଥର ସାଂସଦ ନିର୍ବାଚିତ ହୋଇଥିବା ଭର୍ତ୍ତୃହରି ବିଜୁ ଜନତା ଦଳ ଛାଡ଼ି ନିର୍ବାଚନ ପୂର୍ବରୁ ବିଜେପିରେ ସାମିଲ ହୋଇଥିଲେ। ଜୁନ୍ ୨୬ ତାରିଖରେ ବାଚସ୍ପତି ନିର୍ବାଚନ ହେବ। ତା’ପୂର୍ବରୁ କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରି ମହତାବ ଲୋକସଭାକୁ ନିର୍ବାଚିତ ହୋଇଆସିଥିବା ଜନପ୍ରତିନିଧିମାନଙ୍କୁ ସାଂସଦ ଭାବେ ଶପଥ ପାଠ କରାଇବେ।

ଅଷ୍ଟଦଶ ଲୋକସଭାର ନବ ନିର୍ବାଚିତ ସଦସ୍ୟମାନଙ୍କୁ ଶପଥ ପାଠ କରାଇବାରେ କାମଚଳା ବାଚସ୍ପତିଙ୍କୁ ସହଯୋଗ କରିବା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକସଭା ସାଂସଦ ସୁରେଶ କୋଡିକୁନ୍ନିଲ, ଟି.ଆର ବାଲୁ, ରାଧା ମୋହନ ସିଂହ, ଫଗନ ସିଂ କୁଲସ୍ତେ ଓ ସୁଦୀପ ବନ୍ଦୋପାଧ୍ୟାୟଙ୍କୁ ମନୋନୀତ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା