Masthead

ବିଜେପିରେ ମିଶିଲେ ଭର୍ତ୍ତୃହରି, ସିଦ୍ଧାନ୍ତ, ଦମୟନ୍ତୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଦ୍ମ ଧରିଲେ କଟକ ସାଂସଦ ଭର୍ତ୍ତୃହରି ମହତାବ।ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ପଦ୍ମ ଧରିଲେ କଟକ ସାଂସଦ ଭର୍ତ୍ତୃହରି ମହତାବ। ବିଜେଡିରୁ ୨ ଥର ସାଂସଦ ଥିବା ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ମଧ୍ୟ ବିଜେପିରେ ସାମିଲ । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହେଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଭାପତି ମନମୋହନ ସାମଲ ମଧ୍ୟ ଉପସ୍ଥିତ ରହିଛନ୍ତି।

ବିଜେପିରେ ଯୋଗ ଦେବା ପରେ ଭର୍ତ୍ତୁହରି କହିଛନ୍ତି, ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ବିଜେପି ଜରିଆରେ ହୋଇପାରିବ। ରାଜ୍ୟର ପ୍ରଗତି ଓ ଉନ୍ନତି ପାଇଁ କାମ କରିବାକୁ ବିଜେପି ଜରିଆରେ ସୁଯୋଗ ମିଳିବ। ମୋଦିଙ୍କ ଶକ୍ତି, ଶାହଙ୍କ ବିଶ୍ବାସ, ନଡ୍ଡାଙ୍କ ପ୍ରେରଣା ଆଗକୁ ନେବାକୁ ସାହାଯ୍ୟ କରିବ। ଏକ ନୂଆ ଟିମ୍‌ ସହ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛି। ଓଡ଼ିଶାରେ ଯେଉଁ ପରିବର୍ତ୍ତନ ହେବାକୁ ଯାଉଛି, ଆସିଲେ ଦେଖିପାରିବେ’।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ