Masthead

ପର୍ଯ୍ୟଟକଙ୍କ ପାଇଁ ୩ମାସ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ଆଜିଠୁ ୩ମାସ ଯାଏଁ ଭିତରକନିକା ବନ୍ଦ । ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଜୁଲାଇ ୩୧ ଯାଏଁ ପର୍ୟ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି। ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଛି । ଏହାକୁ ଦୃଷ୍ଟିରେ ରଖି ଉଭୟ ପର୍ୟ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ଦୃଷ୍ଟିରୁ ରାଜନଗର ବନ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ପ୍ରଜନନ ଋତୁ ସମୟରେ କୁମ୍ଭୀର ହେନ୍ତାଳ ଓ ଖରଖରି ପତ୍ରରେ ବସା ବାନ୍ଧନ୍ତି । ନଦୀକୂଳ ଠାରୁ ଜୁଆର ଛୁଇଁପାରୁନଥିବା ନିରାପଦ ସ୍ଥାନରେ ବସାବାନ୍ଧି ଅଣ୍ଡା ଦେଇଥାନ୍ତି । ଏହି ସମୟରେ କୁମ୍ଭୀର ଅଧିକ ହିଂସ୍ର ହୋଇଥାନ୍ତି । ସେଥିପାଇଁ ଆସନ୍ତା ୩ମାସ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନରେ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ