Masthead

ଅଗଷ୍ଟ ୫ରୁ ଖୋଲିବ ଭିତରକନିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଖୋଲିବ ଭିତରକନିକା । ଅଗଷ୍ଟ ୫ ତାରିଖରୁ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ଋତୁ ପାଇଁ ମେ’ ପହିଲାରୁ ଜୁଲାଇ ୩୧ ପର୍ୟ୍ୟନ୍ତ ବନ୍ଦ ଥିଲା ଭିତରକନିକା । ଅନଲକ ପ୍ରକ୍ରିୟାରେ ସରକାର ଅଗଷ୍ଟ ୧ରୁ ପର୍ଯ୍ୟଟନ ସ୍ଥଳଗୁଡିକ ଖୋଲିବା ପାଇଁ ନିଷ୍ପତ୍ତି ନେଇଥିବା ବେଳେ ଅଗଷ୍ଟ ୫ରୁ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିବାକୁ ଯାଉଛି ।

ଜାତୀୟ ଉଦ୍ୟାନରେ ଭ୍ରମଣ କରିବା ସମୟରେ ସାମାଜିକ ଦୂରତା, ମାସ୍କ ଏବଂ ସାନିଟାଇଜରକୁ ଗୁରୁତ୍ବ ଦିଆଯାଇଛି । କେବଳ ଡେ ଭିଜିଟରସ୍ ଭିତରକନିକା ଭ୍ରମଣ କରି ସନ୍ଧ୍ୟା ପୂର୍ବରୁ ଫେରିବେ । କୌଣସି ପର୍ଯ୍ୟଟକଙ୍କୁ ରାତ୍ରି ଯାପନ ପାଇଁ ଅନୁମତି ମିଳିବ ନାହିଁ । ଏହାଛଡା ଗହିରମଥା ଅଭୟାରଣ୍ୟ ଭିତରେ ଥିବା ହୁକିଟୋଲା ଅଗଷ୍ଟ ୫ରେ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିବ । ସୂଚନା ଦେଲେ ରାଜନଗର ବନଖଣ୍ଡ ଅଧିକାରୀ ଡ. ଯଜ୍ଞ୍ୟଦତ୍ତ ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ