ଆଜି କୃଷକ ସଂଗଠନ ପକ୍ଷରୁ ଭାରତ ବନ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି କୃଷକ ସଂଗଠନ ପକ୍ଷରୁ ଭାରତ ବନ୍ଦ । ସଂଯୁକ୍ତ କିଷାନ ଏବଂ କିଷାନ ମଜଦୁର ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ଅପରାହ୍ନ ୪ଟା ଯାଏଁ ବନ୍ଦ ପାଳନ । କୃଷକ ଓ ଶ୍ରମିକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ଦାବିରେ ବନ୍ଦ ଡାକରା ଦିଆଯାଇଛି । ଏମଏସପି ଗ୍ୟାରେଣ୍ଟି, ବେକାରୀ ସମସ୍ୟା ଓ କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ହଲ୍ଲାବୋଲ । ବିଭିନ୍ନ ଫସଲର ଏମଏସପି ବୃଦ୍ଧିକୁ ଆଇନଗତ ସ୍ୱୀକୃତି ଦେବାକୁ ଦାବି କରି କୃଷକ ସଂଗଠନ ଏହି ବନ୍ଦ ଡାକରା ଦେଇଛନ୍ତି ।

କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ମଧ୍ୟ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛନ୍ତି । ଦିଲ୍ଲୀ ହରିୟାଣାର ଶମ୍ଭୁ ସୀମାରେ କେନ୍ଦ୍ର ସରକାର ଯେଉଁଭଳି ଭାବେ କୃଷକ ମାନଙ୍କ ଆନ୍ଦୋଳନକୁ ଦମନ କରିବାକୁ କଳ, ବଳ, କୌଶଳ ଲଗାଇଦେଇଛନ୍ତି ତାହାକୁ ବିଭିନ୍ନ କୃଷକ ସଂଗଠନ ସମେତ ଟ୍ରେଡ ୟୁନିୟନ ଗୁଡିକ ମଧ୍ୟ ନିନ୍ଦା କରିଛନ୍ତି । ଏହି ଆନ୍ଦୋଳନକୁ ଭଣ୍ଡୁର କରିବା ଷଡଯନ୍ତ୍ର ବିରୋଧରେ ଭାରତ ବନ୍ଦ ଡାକରା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’