Masthead

ଆଜି କୃଷକ ସଂଗଠନ ପକ୍ଷରୁ ଭାରତ ବନ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି କୃଷକ ସଂଗଠନ ପକ୍ଷରୁ ଭାରତ ବନ୍ଦ । ସଂଯୁକ୍ତ କିଷାନ ଏବଂ କିଷାନ ମଜଦୁର ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ଅପରାହ୍ନ ୪ଟା ଯାଏଁ ବନ୍ଦ ପାଳନ । କୃଷକ ଓ ଶ୍ରମିକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ଦାବିରେ ବନ୍ଦ ଡାକରା ଦିଆଯାଇଛି । ଏମଏସପି ଗ୍ୟାରେଣ୍ଟି, ବେକାରୀ ସମସ୍ୟା ଓ କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ହଲ୍ଲାବୋଲ । ବିଭିନ୍ନ ଫସଲର ଏମଏସପି ବୃଦ୍ଧିକୁ ଆଇନଗତ ସ୍ୱୀକୃତି ଦେବାକୁ ଦାବି କରି କୃଷକ ସଂଗଠନ ଏହି ବନ୍ଦ ଡାକରା ଦେଇଛନ୍ତି ।

କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ମଧ୍ୟ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛନ୍ତି । ଦିଲ୍ଲୀ ହରିୟାଣାର ଶମ୍ଭୁ ସୀମାରେ କେନ୍ଦ୍ର ସରକାର ଯେଉଁଭଳି ଭାବେ କୃଷକ ମାନଙ୍କ ଆନ୍ଦୋଳନକୁ ଦମନ କରିବାକୁ କଳ, ବଳ, କୌଶଳ ଲଗାଇଦେଇଛନ୍ତି ତାହାକୁ ବିଭିନ୍ନ କୃଷକ ସଂଗଠନ ସମେତ ଟ୍ରେଡ ୟୁନିୟନ ଗୁଡିକ ମଧ୍ୟ ନିନ୍ଦା କରିଛନ୍ତି । ଏହି ଆନ୍ଦୋଳନକୁ ଭଣ୍ଡୁର କରିବା ଷଡଯନ୍ତ୍ର ବିରୋଧରେ ଭାରତ ବନ୍ଦ ଡାକରା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ