ଭୁବନେଶ୍ୱରରୁ ୩୧୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । ଆଜି ପୁଣି ରାଜଧାନୀରୁ ୩୧୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାସହିତ ରାଜ୍ୟରେ ମଧ୍ୟ ଥମିବାରେ ନାଁ ନେଉନି କରୋନା ସଂକ୍ରମଣ । ଆଜି ରାଜ୍ୟରୁ ପୁଣି ୨୬୯୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୩୧୬ଜଣ କରୋନା ପଜିଟିଭଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୮୫୩କୁ ବୃଦ୍ଧି ପାଇଛି । ଅନ୍ୟପଟେ ଆଜି ଭୁବନେଶ୍ୱରରେ ୩୨୬ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

 

ଭୁବନେଶ୍ୱରେ ଗତ କିଛି ଦିନ ହେବ କରୋନା ସଂକ୍ରମଣ ଠାରୁ କରୋନା ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଅନ୍ୟପଟେ ସ୍ଥାନୀୟ ସଂକ୍ରମଣ ମଧ୍ୟ ପ୍ରଶାସନର ଚିନ୍ତାର କାରଣ ପାଲଟିଛି । ରାଜଧାନୀରେ ବର୍ତ୍ତମାନ ଶୁଦ୍ଧା ୨୧ ହଜାର ୨୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜଧାନୀରେ ୧୧୧ ଜଣ ଆକ୍ରାନ୍ତଙ୍କ ମୁଣ୍ଡ ନେଇସାରିଲାଣି ମହାମାରୀ କରୋନା । ୩୫୦୭ କରୋନା ଆକ୍ରାନ୍ତ ବର୍ତ୍ତମାନ ସୁଦ୍ଧା ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’