Masthead

ରାଜଧାନୀରୁ ୨୯୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଥମିବାରେ ନା ନେଉନାହିଁ କରୋନା ସଂକ୍ରମଣ । ଆଜି ଦିନକରେ ରାଜ୍ୟରେ ୨୫୪୬ କରୋନା ପଜିଟଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ପୁଣି ୨୯୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୨୯୦ କରୋନା ପଜିଟିଭମାନଙ୍କ ମଧ୍ୟରୁ ୭୯ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୧୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଭୁବନେଶ୍ୱରରେ ଆଜି ଦିନକରେ ୩୫୨ଜଣ ଆକଆନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

 

ଭୁବନେଶ୍ୱରରୁ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୪୬୪ରେ ପହଞ୍ଚିଛି । ଏହାସହିତ ୨୧ ହଜାର ୮୯୭ଜଣ ଆକ୍ରାନ୍ତ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟପଟେ ୩ ହଜାର ୪୨୯ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୧୭ଜଣଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲ୍ଲାରେ କରୋନା ସଂକ୍ରମଣ ବଢିବା ସହିତ ରାଜଧାନୀ ଭୁବନେଶ୍ୱରରେ ସ୍ଥାନୀୟ ସଂକ୍ରମଣ ବଢୁଥିବାରୁ ଏହା ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ