Masthead

ରାଜଧାନୀରୁ ୨୯୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଥମିବାରେ ନା ନେଉନାହିଁ କରୋନା ସଂକ୍ରମଣ । ଆଜି ଦିନକରେ ରାଜ୍ୟରେ ୨୫୪୬ କରୋନା ପଜିଟଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ପୁଣି ୨୯୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୨୯୦ କରୋନା ପଜିଟିଭମାନଙ୍କ ମଧ୍ୟରୁ ୭୯ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୧୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଭୁବନେଶ୍ୱରରେ ଆଜି ଦିନକରେ ୩୫୨ଜଣ ଆକଆନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

 

ଭୁବନେଶ୍ୱରରୁ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୪୬୪ରେ ପହଞ୍ଚିଛି । ଏହାସହିତ ୨୧ ହଜାର ୮୯୭ଜଣ ଆକ୍ରାନ୍ତ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟପଟେ ୩ ହଜାର ୪୨୯ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୧୭ଜଣଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲ୍ଲାରେ କରୋନା ସଂକ୍ରମଣ ବଢିବା ସହିତ ରାଜଧାନୀ ଭୁବନେଶ୍ୱରରେ ସ୍ଥାନୀୟ ସଂକ୍ରମଣ ବଢୁଥିବାରୁ ଏହା ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ