Masthead

ଭୁବନେଶ୍ୱରରୁ ୩୬୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ କରୋନା। ଆଜି ଭୁବନେଶ୍ୱରରୁ ପୁଣି ୩୬୫ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୬ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୪୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହା ସହିତ ୩୨୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

ରାଜଧାନୀରୁ ଚିହ୍ନଟ ହୋଇଥିବା ଏହି ୩୬୫ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୯୧୪ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ମୋଟ ୨୦୨୧୭ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏଯାବତ ୧୦୫ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟପଟେ ୩୫୭୧ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲ୍ ରେ ଚିକିତ୍ସିତ ହେଉଛନ୍ତି। ଭୁବନେଶ୍ବରର ସ୍ଥାନୀୟ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବାରୁ ଏହା ପ୍ରଶାସନର ଚିନ୍ତାର କାରଣ ପାଲଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ