Masthead

ଭୁବନେଶ୍ୱରରୁ ୩୨୧ ପଜିଟିଭ : ୩୩୧ ସୁସ୍ଥ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ରାଜ୍ୟରେ ୨୮୫୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ପୁଣି ୩୨୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୮୩ଜଣ ଚିହ୍ନଟ ହୋଇଥିବା ବେଳେ ୨୩୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହି ୩୨୧ଜଣ କରୋନା ପଜିଟିଭଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୧୭୪ରେ ପହଞ୍ଚିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

 

ଆଜି ଚିହ୍ନଟ ରାଜଧାନୀରୁ ୩୨୧ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩୩୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତେବେ ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୨୧ ହଜାର ୫୪୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୧୪ଜଣ ମୃତ୍ୟୁ ବରଣ କରିଛନ୍ତି । ଏହା ସହିତ ୩୪୯୪ଜଣ କରୋନା ସଂକ୍ରମିତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ରାଜଧାନୀରେ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି, ଯାହା ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ