Masthead

ଭୁବନେଶ୍ୱରରୁ ୩୨୧ ପଜିଟିଭ : ୩୩୧ ସୁସ୍ଥ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ରାଜ୍ୟରେ ୨୮୫୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ପୁଣି ୩୨୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୮୩ଜଣ ଚିହ୍ନଟ ହୋଇଥିବା ବେଳେ ୨୩୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହି ୩୨୧ଜଣ କରୋନା ପଜିଟିଭଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୧୭୪ରେ ପହଞ୍ଚିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

 

ଆଜି ଚିହ୍ନଟ ରାଜଧାନୀରୁ ୩୨୧ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩୩୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତେବେ ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୨୧ ହଜାର ୫୪୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୧୪ଜଣ ମୃତ୍ୟୁ ବରଣ କରିଛନ୍ତି । ଏହା ସହିତ ୩୪୯୪ଜଣ କରୋନା ସଂକ୍ରମିତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ରାଜଧାନୀରେ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି, ଯାହା ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ