Masthead

ଭୁବନେଶ୍ୱରରୁ କେତେ ପଜିଟିଭ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଚିନ୍ତା ବଢାଉଛି କରୋନା ସଂକ୍ରମଣ । ଯଦିଓ କରୋନା ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ଲଗାତର ଭାବେ ବୃଦ୍ଧି ପାଇବାରେ ଲାଗିଛି । ତଥାପି ରାଜଧାନୀରେ ସ୍ଥାନୀୟ ସଂକ୍ରମଣ ପ୍ରଶାସନର ଚିନ୍ତାର ବିଷୟ ପାଲଟିଛି । ଆଜି ରାଜଧାନୀ ଭୁବନେଶ୍ୱରରୁ ୨୫୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟଇନ ସେଣ୍ଟରରୁ ୭୩ଜଣ ଚିହ୍ନଟ ହୋଇଥିବା ବେଳେ ୧୮୦ଜଣ ରହିଛନ୍ତି ସ୍ଥାନୀୟ ସଂକ୍ରମିତ । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନା ଅନୁଯାୟୀ, ଆଜି ଭୁବନେଶ୍ୱରରେ ପୁଣି ୨୯୯ ଜଣେ ସୁସ୍ଥ ହୋଇଛନ୍ତି । ଏହି ୨୯୯ଜଣ ସୁସ୍ଥଙ୍କୁ ମିଶାଇ ରାଜଧାନୀରେ ମୋଟ ସୁସ୍ଥଙ୍କ ସଂଖ୍ୟା ୨୩ ହଜାର ୧୬୬ରେ ପହଞ୍ଚିଛି । ଏହାସହିତ ରାଜଧାନୀରେ ଏଯାବତ୍ ୨୬ ହଜାର ୫୩୬ଟି ମାମଲା ଚିହ୍ନଟ ହୋଇଥିବା ବେଳେ ୩୨୨୨ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୧୨୭ଜଣ କରୋନାରେ ପ୍ରାଣ ହରାଇଛନ୍ତି । ରାଜଧାନୀରେ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପ୍ରଶାସନର ମୁଣ୍ଡ ବ୍ୟଥାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ