ଭୁବନେଶ୍ୱରରୁ ୩୧୯ ପଜିଟିଭ: ୩୧୫ ଅକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ କରୋନା । ଆଜି ଭୁବନେଶ୍ୱରରୁ ପୁଣି ୩୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୨ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୨୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହା ସହିତ ୩୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ରାଜଧାନୀରୁ ଚିହ୍ନଟ ହୋଇଥିବା ୩୧୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାର ୫୪୯ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ମୋଟ ୧୯ ହଜାର ୮୮୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏଯାବତ ୧୦୪ ଜଣଙ୍କ ମୃତ୍ୟୁ ଘଟିଛି । ୩୫୩୭ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଭୁବନେଶ୍ୱରର ସ୍ଥାନୀୟ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବାରୁ ଏହା ପ୍ରଶାସନ ପାଇଁ ଚିନ୍ତାର ବିଷୟ ପାଲଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ