Before Header

ଭୁବନେଶ୍ୱରରେ ବଢୁଛି ସ୍ଥାନୀୟ ସଂକ୍ରମଣ

0 76

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ମାହାମାରୀ କରୋନା ରାଜ୍ୟରେ ଦିନକୁ ଦିନ ତାର କାୟା ବିସ୍ତାର କରିବାରେ ଲାଗିଛି । ଆଜି ରାଜ୍ୟରେ ୩୧୪୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ପୁଣି ୩୦୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୩ ଆକ୍ରାନ୍ତ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୨୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହି ୩୦୯ କରୋନା ପଜିଟିଭକୁ ମିଶାଇ ରାଜଧାନୀ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୫୩୭ରେ ପହଞ୍ଚିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

 

ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ୨୦ ହଜାର ୮୦୮ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହିତ ଭୁବନେଶ୍ୱରରେ ମୋଟ କାରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୯ରେ ପହଞ୍ଚିଛି । ସେହିପରି ଭାବେ ୩୫୧୯ଜଣ କରୋନା ଆକ୍ରାନ୍ତ ବର୍ତ୍ତମାନ ସୁଦ୍ଧା ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ରାଜଧାନୀରେ କରୋନା ସଂକ୍ରମଣ ଦିନକୁ ଦିନ ବଢିବା ସହିତ ସ୍ଥାନୀୟ ସଂକ୍ରମଣ ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।

Leave A Reply

Your email address will not be published.