ଜେଲରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଜାମୁଝରି ମୁକ୍ତାକାଶ ଆଶ୍ରମରେ ଆଜୀବନ ସଜ୍ଜା କାଟୁଥିବା ଜଣେ ଅନ୍ତେବାସୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରିଛି ଚନ୍ଦକା ପୋଲିସ । ମୃତକ ଜଣକ ହେଲେ ମାଲକାନଗିରି ଜିଲ୍ଲା ଓରକେଲ ଥାନା ଅଞ୍ଚଳର ନନ୍ଦ ଛୋତି ( ୫୫ ) । ଘଟଣାସ୍ଥଳରେ ଚନ୍ଦକା ପୁଲିସ ପହଞ୍ଚି ଶବ ଜବତ ଏକ ଅପାମୃତ୍ୟ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

ପୁଲିସର ସୂଚନା ଅନୁସାରେ, ୧୯୯୯ ମସିହାରେ ନିଜ ମା’କୁ ହତ୍ୟା କରିବା ଅଭିଯୋଗରେ କୋରାପୁଟ ଜେଲରେ ସଜ୍ଜା କାଟୁଥିଲେ ନନ୍ଦ । ୨୦୧୨ ମସିହାରେ ନନ୍ଦଙ୍କୁ ଭୁବନେଶ୍ୱର ଉପକଣ୍ଠରେ ଥିବା ମୁକ୍ତାକାଶ ଆଶ୍ରମକୁ ସ୍ଥାନାନ୍ତରିତ କରାଯାଇଥିଲା। ଆଶ୍ରମରେ ସମସ୍ତ ଅନ୍ତେବାସୀଙ୍କ ସହ ଭଲ ବ୍ୟବହାର ଦେଖାଉଥିବା ଅଚାନକ ଆତ୍ମହତ୍ୟା କରିବା ଘଟଣାକୁ କେହି ବିଶ୍ୱାସ କରିପାରୁ ନାହାନ୍ତି। ସେପଟେ ନନ୍ଦ ଗତ କିଛି ମାସ ହେଲା ମାନସିକ ଚାପଗ୍ରସ୍ତରେ ଥିବା ବେଳେ ସେ ଆତ୍ମହତ୍ୟା କରିଥାଇପାରେ ବୋଲି ପୋଲିସ ଅନୁମାନ କରୁଛି। ଆଜି ସକାଳେ ପରିବାର ଲୋକେ ପହଞ୍ଚିବା ପରେ ମାଜିଷ୍ଟ୍ରେଟ ଏବଂ ଏକ ଡାକ୍ତରୀ ଦଳଙ୍କ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ କରାଯାଇଛି। ତେବେ ନନ୍ଦ କେଉଁ କାରଣ ପାଇଁ ଆତ୍ମହତ୍ୟା କରିଛନ୍ତି ତାହା ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଜଣାପଡିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ