Masthead

୩ ଦିନ ହେଲା ଉପାସରେ ଶ୍ରୀଲିଙ୍ଗରାଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୩ ଦିନ ହେଲାଣି ଉପାସରେ ରହିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସୋମବାର ସାରୁ ବୁଧବାର ସକାଳ ସୁଦ୍ଧା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଥିବା ସୂଚନା ମିଳିଛି। ଟ୍ରଷ୍ଟ ବୋର୍ଡ ବୈଠକ ଡାକି ସ୍ଥାୟୀ ସମାଧାନ ପାଇଁ ବ୍ରାହ୍ମଣ ନିଯୋଗ ପକ୍ଷରୁ ଦାବି କରାଯାଇଛି। ଏପରିକି ବ୍ରାହ୍ମଣ ନିଯୋଗ ପକ୍ଷରୁ ଆଇନ ମନ୍ତ୍ରୀଙ୍କ ମଧ୍ୟ ହସ୍ତକ୍ଷେପ ଲୋଡାଯାଇଛି। ବଡୁ ସେବାୟତ ଏବଂ ବ୍ରାହ୍ମଣ ନିଯୋଗ ବିବାଦରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି।

ବିବାଦର ସମାଧାନ ପାଇଁ ତିନି ସେବାୟତ ଗୋଷ୍ଠୀଙ୍କୁ ନେଇ ମନ୍ଦିର ପ୍ରଶାସନର ବୈଠକ ବିଫଳ ହୋଇଥିଲା । ସେବାୟତମାନେ ନିଜ ଜିଦ୍‌ରେ ଅଟଳ ରହିଥିବାରୁ ସମାଧାନର ବାଟ ବାହାରିପାରିନଥିଲା । ଏଥିଯୋଗୁ ପ୍ରଭୁ ଲିଙ୍ଗରାଜ ଏପର୍ଯ୍ୟନ୍ତ ଅପୂଜା ରହିଛନ୍ତି । ଭକ୍ତ ଓ ଶ୍ରଦ୍ଧାଳୁମାନେ ମନ୍ଦିର ଯାଇ କେବଳ ଦର୍ଶନ କରି ଫେରୁଛନ୍ତି । ପୂଜାର୍ଚ୍ଚନା କରିପାରୁ ନାହାନ୍ତି । ଯାହାକୁ ନେଇ ଭକ୍ତ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ