Masthead

ଭୁବନେଶ୍ୱର: ୨୩ରୁ ଖୋଲିବ ଧର୍ମାନୁଷ୍ଠାନ, କ’ଣ ରହିଛି ଗାଇଡଲାଇନ ଦେଖନ୍ତୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଅଗଷ୍ଟ ୨୩ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । କୋଭିଡ ଗାଇଡଲାଇନ ଅନୁସାରେ ସମସ୍ତ ଗାଇଡଲାଇନ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ବିଏମସି ପକ୍ଷରୁ ଗାଇଡ଼ଲାଇନ ଯାରି କରାଯାଇଛି । ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ୨୩ ତାରିଖରେ ଖୋଲିବ ନା ନାହିଁ ସେ ନିଷ୍ପତ୍ତି ମନ୍ଦିର ପ୍ରଶାସନ ନେବେ ବୋଲି କୁହାଯାଇଛି । ଧର୍ମାନୁଷ୍ଠାନରେ ଦର୍ଶନ ପାଇଁ ଭକ୍ତମାନେ ମନ୍ଦିର ଭିତରକୁ ଯାଇ ପାରିବେ । ଏହାସହ ମନ୍ଦିର ଭିତରକୁ ଭୋଗ ନେଇପାରିବେ ନାହିଁ ଶ୍ରଦ୍ଧାଳୁ । ମନ୍ଦିର ସହ ଭୁବନେଶ୍ବରରେ ଥିବା ସମସ୍ତ ମସ୍ଜିଦ୍, ଚର୍ଚ୍ଚ ଓ ଗୁରୁଦ୍ବାରକୁ ୨୩ ତାରିଖରୁ ଖୋଲିବାକୁ ନିଷ୍ପତ୍ତି ହୋଇଛି ।

ଧର୍ମାନୁଷ୍ଠାନରେ ମାସ୍କ ସାଙ୍ଗକୁ ସାମାଜିକ ଦୂରତା ବଜାୟ ରଖିବାକୁ କୁହାଯାଇଛି । ଧର୍ମାନୁଷ୍ଠାନ ଭିତରକୁ ଏକାଥରେ ୨୫ ଜଣ ଭକ୍ତ ଭିତରକୁ ଯାଇପାରିବେ । ସେହିପରି ରୀତିନୀତି ସଂପନ୍ନ କରୁଥିବା ପୂଜକଙ୍କର ଆରଟିପିସିଆର୍ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଥିବା ଦରକାର । ଏହାସହ କୋଭିଡର ଦୁଇଟି ଡୋଜ୍ ଟିକା ନେଇଥିବା ଆବଶ୍ୟକ । ବୃଦ୍ଧ ବୃଦ୍ଧା, ଗର୍ଭବତୀ ଓ ୧୮ ବର୍ଷରୁ କମ୍ ବୟସ୍କଙ୍କୁ ଧର୍ମାନୁଷ୍ଠାନକୁ ନଆସିବାକୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା