Masthead

ଭୁବନେଶ୍ୱର: ୨୩ରୁ ଖୋଲିବ ଧର୍ମାନୁଷ୍ଠାନ, କ’ଣ ରହିଛି ଗାଇଡଲାଇନ ଦେଖନ୍ତୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଅଗଷ୍ଟ ୨୩ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । କୋଭିଡ ଗାଇଡଲାଇନ ଅନୁସାରେ ସମସ୍ତ ଗାଇଡଲାଇନ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ବିଏମସି ପକ୍ଷରୁ ଗାଇଡ଼ଲାଇନ ଯାରି କରାଯାଇଛି । ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ୨୩ ତାରିଖରେ ଖୋଲିବ ନା ନାହିଁ ସେ ନିଷ୍ପତ୍ତି ମନ୍ଦିର ପ୍ରଶାସନ ନେବେ ବୋଲି କୁହାଯାଇଛି । ଧର୍ମାନୁଷ୍ଠାନରେ ଦର୍ଶନ ପାଇଁ ଭକ୍ତମାନେ ମନ୍ଦିର ଭିତରକୁ ଯାଇ ପାରିବେ । ଏହାସହ ମନ୍ଦିର ଭିତରକୁ ଭୋଗ ନେଇପାରିବେ ନାହିଁ ଶ୍ରଦ୍ଧାଳୁ । ମନ୍ଦିର ସହ ଭୁବନେଶ୍ବରରେ ଥିବା ସମସ୍ତ ମସ୍ଜିଦ୍, ଚର୍ଚ୍ଚ ଓ ଗୁରୁଦ୍ବାରକୁ ୨୩ ତାରିଖରୁ ଖୋଲିବାକୁ ନିଷ୍ପତ୍ତି ହୋଇଛି ।

ଧର୍ମାନୁଷ୍ଠାନରେ ମାସ୍କ ସାଙ୍ଗକୁ ସାମାଜିକ ଦୂରତା ବଜାୟ ରଖିବାକୁ କୁହାଯାଇଛି । ଧର୍ମାନୁଷ୍ଠାନ ଭିତରକୁ ଏକାଥରେ ୨୫ ଜଣ ଭକ୍ତ ଭିତରକୁ ଯାଇପାରିବେ । ସେହିପରି ରୀତିନୀତି ସଂପନ୍ନ କରୁଥିବା ପୂଜକଙ୍କର ଆରଟିପିସିଆର୍ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଥିବା ଦରକାର । ଏହାସହ କୋଭିଡର ଦୁଇଟି ଡୋଜ୍ ଟିକା ନେଇଥିବା ଆବଶ୍ୟକ । ବୃଦ୍ଧ ବୃଦ୍ଧା, ଗର୍ଭବତୀ ଓ ୧୮ ବର୍ଷରୁ କମ୍ ବୟସ୍କଙ୍କୁ ଧର୍ମାନୁଷ୍ଠାନକୁ ନଆସିବାକୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ