Masthead

ସାବଧାନ ! ଏଣିକି ରାସ୍ତାକଡ଼ରେ ଭିକାରୀ ଦେଖିଲେ ଉଠାଇ ନେବ ସ୍ପେଶାଲ ସ୍କ୍ୱାର୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାବଧାନ ! ଭିକାରୀ ମୁକ୍ତ ହେବ ଭୁବନେଶ୍ୱର । ଏଣିକି ରାସ୍ତାକଡ଼ରେ ଭିକାରୀ ଦେଖିଲେ ଉଠାଇ ନେବ ସ୍ପେଶାଲ ସ୍କ୍ୱାର୍ଡ । ମନ୍ଦିର ଓ ରାସ୍ତା କଡ଼ରେ ଆଉ ବୁଲିବେନି ଭିକାରୀ । ବିଏମସି କମିଶନରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛ । ରାସ୍ତାକଡ଼ କିମ୍ବା ମନ୍ଦିର ସାମ୍ନାରେ ଆଉ ଭିକ ମାଗିପାରିବେନି ଭିକାରୀ । ରାସ୍ତାରେ ଦେଖିଲେ ଉଠାଇନେବ ବିଏମସି ସ୍କ୍ୱାର୍ଡ । ଭିକାରୀ ମାନଙ୍କୁ ଥଇଥାନ କେନ୍ଦ୍ରରେ ରଖିବା ସହ ରାସ୍ତା କିମ୍ବା ମନ୍ଦିର ଆଖପାଖରେ ଦେଖିଲେ ବିଏମସି ଉଠାଇନେବାକୁ ନିଷ୍ପତ୍ତ ହୋଇଛି । ବିଏମସି ଅଧୀନରେ ଥିବା ୫ଟି ଭିକାରୀ ଥଇଥାନ କେନ୍ଦ୍ରରେ ଏମାନଙ୍କୁ ରଖିବାକୁ କହିଛି ବିଏମସି ।

ରଙ୍ଗବଜାର, ଅନ୍ଧାରୁଆ, ନୀଳାଦ୍ରିବିହାର, ପିଡବ୍ଲୁ୍ୟଡି କଲୋନୀ ଭଳି ଅଂଚଳରେ ଭିକାରି ଥଇଥାନ କେନ୍ଦ୍ର ରହିଛି । ପ୍ରତ୍ୟେକ କେନ୍ଦ୍ରରେ ଶହେ ଲେଖାଏଁ ଭିକାରୀ ରହିବା ବ୍ୟବସ୍ଥା ରହିଛି । ରାଜଧାନୀର ୩ ଜୋନରେ ତିନୋଟି ସ୍ୱତନ୍ତ୍ର ସ୍କ୍ୱାର୍ଡ ବୁଲିବା ସହ ଭିକାରୀଙ୍କ ଉପରେ ନଜର ରଖିବ । ପୂଜା ପୂର୍ବରୁ ଦର୍ଶନାର୍ଥୀ ଯେପରି ଅସୁବିଧାର ସାମ୍ନା ନକରନ୍ତୁ ସେଥିପାଇଁ ଏହି ନିଷ୍ପତ୍ତି ନେଇଛି ବିଏମସି । ସେପଟେ କିଛି ଭିକାରୀଙ୍କ ପରିବାର ସହ ଯୋଗାଯୋଗ କରାଇ ସେମାନଙ୍କୁ ଘରେ ଛାଡି ଦିଆଯାଇଛି । ଯଦି କୌଣସି ପରିବାର ଘରେ ଛାଡି ଦିଆଯାଇଥିବା ଭିକାରୀଙ୍କୁ ପୁଣି ଭିକ୍ଷାବୃତ୍ତି ପାଇଁ ପଠାନ୍ତି, ତେବେ ସେମାନଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ