Masthead

ସାବଧାନ ! ଏଣିକି ରାସ୍ତାକଡ଼ରେ ଭିକାରୀ ଦେଖିଲେ ଉଠାଇ ନେବ ସ୍ପେଶାଲ ସ୍କ୍ୱାର୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାବଧାନ ! ଭିକାରୀ ମୁକ୍ତ ହେବ ଭୁବନେଶ୍ୱର । ଏଣିକି ରାସ୍ତାକଡ଼ରେ ଭିକାରୀ ଦେଖିଲେ ଉଠାଇ ନେବ ସ୍ପେଶାଲ ସ୍କ୍ୱାର୍ଡ । ମନ୍ଦିର ଓ ରାସ୍ତା କଡ଼ରେ ଆଉ ବୁଲିବେନି ଭିକାରୀ । ବିଏମସି କମିଶନରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛ । ରାସ୍ତାକଡ଼ କିମ୍ବା ମନ୍ଦିର ସାମ୍ନାରେ ଆଉ ଭିକ ମାଗିପାରିବେନି ଭିକାରୀ । ରାସ୍ତାରେ ଦେଖିଲେ ଉଠାଇନେବ ବିଏମସି ସ୍କ୍ୱାର୍ଡ । ଭିକାରୀ ମାନଙ୍କୁ ଥଇଥାନ କେନ୍ଦ୍ରରେ ରଖିବା ସହ ରାସ୍ତା କିମ୍ବା ମନ୍ଦିର ଆଖପାଖରେ ଦେଖିଲେ ବିଏମସି ଉଠାଇନେବାକୁ ନିଷ୍ପତ୍ତ ହୋଇଛି । ବିଏମସି ଅଧୀନରେ ଥିବା ୫ଟି ଭିକାରୀ ଥଇଥାନ କେନ୍ଦ୍ରରେ ଏମାନଙ୍କୁ ରଖିବାକୁ କହିଛି ବିଏମସି ।

ରଙ୍ଗବଜାର, ଅନ୍ଧାରୁଆ, ନୀଳାଦ୍ରିବିହାର, ପିଡବ୍ଲୁ୍ୟଡି କଲୋନୀ ଭଳି ଅଂଚଳରେ ଭିକାରି ଥଇଥାନ କେନ୍ଦ୍ର ରହିଛି । ପ୍ରତ୍ୟେକ କେନ୍ଦ୍ରରେ ଶହେ ଲେଖାଏଁ ଭିକାରୀ ରହିବା ବ୍ୟବସ୍ଥା ରହିଛି । ରାଜଧାନୀର ୩ ଜୋନରେ ତିନୋଟି ସ୍ୱତନ୍ତ୍ର ସ୍କ୍ୱାର୍ଡ ବୁଲିବା ସହ ଭିକାରୀଙ୍କ ଉପରେ ନଜର ରଖିବ । ପୂଜା ପୂର୍ବରୁ ଦର୍ଶନାର୍ଥୀ ଯେପରି ଅସୁବିଧାର ସାମ୍ନା ନକରନ୍ତୁ ସେଥିପାଇଁ ଏହି ନିଷ୍ପତ୍ତି ନେଇଛି ବିଏମସି । ସେପଟେ କିଛି ଭିକାରୀଙ୍କ ପରିବାର ସହ ଯୋଗାଯୋଗ କରାଇ ସେମାନଙ୍କୁ ଘରେ ଛାଡି ଦିଆଯାଇଛି । ଯଦି କୌଣସି ପରିବାର ଘରେ ଛାଡି ଦିଆଯାଇଥିବା ଭିକାରୀଙ୍କୁ ପୁଣି ଭିକ୍ଷାବୃତ୍ତି ପାଇଁ ପଠାନ୍ତି, ତେବେ ସେମାନଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ