ରାଜଧାନୀରେ ତଳମୁହାଁ କରୋନା ଗ୍ରାଫ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କମୁଛି ସଂକ୍ରମଣ। ରାଜଧାନୀ ଭୁବନେଶ୍ଵରରେ ଦିନକୁ ଦିନ ଖସିବାରେ ଲାଗିଛି କରୋନା ସଂକ୍ରମଣ। ଭୁବନେଶ୍ୱରରେ ଆଜି ଦିନକରେ ୪୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛି। ଭୁବନେଶ୍ୱରରେ ଗତ କିଛି ଦିନ ହେବ ଲଗାତର କରୋନା ଗ୍ରାଫ କମିବାରେ ଲାଗିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଅନ୍ୟପଟେ ଆଜି ଦିନକରେ ୬୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୩୩୦ରେ ପହଞ୍ଚିଛି। ସେହିପରି ରାଜଧାନୀରେ ମୋଟ ୨୯୪୭୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ, ୬୨୯ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପଟେ ଏଯାବତ୍ ରାଜଧାନୀରେ ମୋଟ୍ ୨୦୧ଜଣଙ୍କର ମୃତ୍ୟୁ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!