Masthead

ରାଜଧାନୀରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜଧାନୀ ବାସୀଙ୍କ ଅମାନିଆ ପଣ ଯୋଗୁଁ ରାଜଧାନୀରେ ବଢୁଛି ସ୍ଥାନୀୟ ସଂକ୍ରମଣ । ଆଜି ଦିନକରେ ରାଜଧାନୀ ଭୁବନେଶ୍ୱରରୁ ୨୬୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୨୬୭ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୯୬ଜଣ ରହିଛନ୍ତି ସ୍ଥାନୀୟ ସଂକ୍ରମଣ । ଅନ୍ୟପଟେ ଆଜି ଦିନକରେ ୩୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ୨୮୩ରେ ପହଞ୍ଚିଛି । ଏହାସହିତ ୨୨ ହଜାର ୮୭୬ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଲେଣି । ଅନପଟେ ବର୍ତ୍ତମାନ ସୁଦ୍ଧା ୧୨୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୨୭୨ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଭୁବନେଶ୍ୱରରେ ଦିନକୁ ଦିନ ସ୍ଥାନୀୟ ସଂକ୍ରମିତ ବୃଦ୍ଧି ପାଉଥିବା ବେଳେ ଏହା ପ୍ରଶାସନର ଚିନ୍ତାର ବିଷୟ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା